ଲଘୁଚାପ ସକ୍ରିୟ, ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର:ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା।
ଦକ୍ଷିଣ ବାଂଲାଦେଶ ଓ ତତସଂଲଗ୍ନ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ ସକ୍ରିୟ ରହିଛି । ଏହା ଅଧିକ ଘନିଭୂତ ହୋଇ ଉତ୍ତର- ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ଏହାର ପ୍ରଭାବରେ ରାଜ୍ଯରେ ବର୍ଷା ଲାଗି ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳ ବର୍ଷା ସମ୍ଭାବନା ରହିଛି।ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେଉଁଝର, ସୁନ୍ଦରଗଡ଼,ଝାରସୁଗୁଡ଼ା, ସମ୍ବଲପୁର ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ନବରଙ୍ଗପୁର କୋରାପୁଟ, କଳାହାଣ୍ଡି, ରାୟଗଡ଼ା, ବାଲେଶ୍ଵର,ବରଗଡ଼,ନୂଆପଡ଼ାରେ ୭ ରୁ ୧୧ ସେମି ବର୍ଷା ଅର୍ଥାତ୍ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ରୁ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼,ଝାରସୁଗୁଡ଼ା,ସମ୍ବଲପୁର ଏବଂ ଦେଓଗଡ଼ରେ କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା। ତେଣୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଙ୍ଗ । ଏହାପରେ ଆସନ୍ତାକାଲିଠୁ କମିବ ବର୍ଷାର ପରିମାଣ।
ଅନ୍ୟପଟେ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ସର୍ତକ ରହିବା ପାଇଁ ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଏଥିସହ ବର୍ଷା ଯୋଗୁ ଜଳବନ୍ଦୀ ସ୍ଥିତି ହେବା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ କହିଛି