thelifelinemedia
Latest Odisha News, Breaking News Today

ନବୀନଙ୍କୁ ଭେଟିଲେ ଅଲିମ୍ପିକ ବିଜୟୀ ଭାରତୀୟ ହକି ଦଳ

ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନଙ୍କୁ ଭେଟିଲେ ଅଲିମ୍ପିକ ବିଜୟୀ ଭାରତୀୟ ହକି ଦଳ। ନବୀନ ଖେଳାଳୀ ମାନଙ୍କୁ ବିଜୟ ପାଇଁ ଅଭିନନ୍ଦନ ଜଣାଇବା ସହ ଆଗାମୀ ଦିନରେ ଦେଶର ଗୌରବକୁ ଆହୁରି ଉଚ୍ଚାକୁ ନେବା ପାଇଁ କାମ ଜାରି ରଖିବା ପାଇଁ ଖେଳାଳୀ ମାନଙ୍କୁ ପରାମର୍ଶ ଦେଇଥିଲେ।ଆଗାମୀ ଅଲମ୍ପିକରେ ଓଡିଶା ତଥା ଭାରତ ହକି ରେ ସୁନା ପଦକ ଆଶା ରଖିଛନ୍ତି ବୋଲି ନବୀନ କହିଥିଲେ। ବିରୋଧୀ ଦଳ ନେତା ନବୀନ ଖେଳାଳୀ ମାନଙ୍କୁ ଉପାୟନ ଓ ରୁପା ତାରାକସିର କୋଣାର୍କ ଚକ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଖେଳାଳୀ ମାନେ ସେମାନଙ୍କ ସ୍ଵାକ୍ଷର ସମ୍ବଳିତ ଜର୍ସି ନବୀନଙ୍କୁ ପ୍ରଦାନ କରିଥିଲେ।

ଖେଳାଳୀ ମାନେ କହିଥିଲେ ଯେ ଭାରତୀୟ ହକି ଦଳ ସବୁବେଳେ ଓଡିଶା ତଥା ଓଡିଶା ବାସୀଙ୍କ ନିକଟରେ ନିକଟରେ ସେମାନଙ୍କ ସହଯୋଗ ଓ ସମର୍ଥନ ପାଇଁ କୃତଜ୍ଞ ରହିବ। ଯେତେବେଳେ ହକି ପାଇଁ କେହି ପ୍ରୟୋଜକ ଆଗେଇ ଆସି ନ ଥିଲେ ସେତେବେଳେ ନବୀନ ପଟ୍ଟନାୟକ ଏକ ଐତିହାସିକ ନିଷ୍ପତ୍ତି ନେଇ ଥିଲେ ଏବଂଓଡିଶା ଭାରତୀୟ ହକି ଦଳ ର sponsorship ଦାୟିତ୍ୱ ନେଇଥିଲା। ଯାହାର ଫଳ ସ୍ୱରୂପ ଆଜି ଅଲମ୍ପିକରେ ଭାରତୀୟ ହକି ଲଗାତାର ଦୁଇ ଥର ପଦକ ଜିତିବାରେ ସଫଳ ହୋଇ ପାରିଛି। ଓଡିଶା ବାସୀଙ୍କ ସମର୍ଥନ ଯୋଗୁଁ ଭାରତୀୟ ହକି ତାର ହୃତ ଗୌରବ ଫେରି ପାଇଛି ବୋଲି ଖେଳାଳୀ ମାନେ କହିଛନ୍ତି।

Leave A Reply

Your email address will not be published.