thelifelinemedia
Latest Odisha News, Breaking News Today

ଲଘୁଚାପ ରୂପ ନେଲା ଘୂର୍ଣ୍ଣିବଳୟ: ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା

ଭୁବନେଶ୍ୱର:ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲା ପାଇଁ ସତର୍କତା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି।କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି।କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ସତର୍କତା ରହିଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷିବ। ପ୍ରବଳ ବର୍ଷା ନେଇ ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡାକୁ ସତର୍କତା ରହିଛି।ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ। ତେବେ ୨୭ ତାରିଖରେ ବର୍ଷାର ପରିମାଣ କମିବ। କିନ୍ତୁ ୨୮ରୁ ପୁଣି ଆରମ୍ଭ ହେବ ବର୍ଷା।୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଯାହାର ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷିବ

ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ସମୁଦ୍ର ମଧ୍ୟରେ ପବନର ବେଗ ଅଧିକ ରହିବ। ଅଶାନ୍ତ ରହିବ ସମୁଦ୍ର। ଏଥିପାଇଁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି।

Leave A Reply

Your email address will not be published.