thelifelinemedia
Latest Odisha News, Breaking News Today

୩୬ ଘଣ୍ଟା ମଧ୍ୟରେ ଅବପାତ ହେବ ସଦୃଶ ଲଘୁଚାପ: ୩ ଦିନ ଯାଏ ପ୍ରବଳ ବର୍ଷା !

ଭୁବନେଶ୍ୱର: ସଦୃଶ ଲଘୁଚାପରେ ପରିଣତ ହେଲା ଗତକାଲି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ। ବର୍ତ୍ତମାନ ଏହା ପଶ୍ଚିମ କେନ୍ଦ୍ରୀୟ ଓ ତତ-ସଂଲଗ୍ନ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ମୁହାଁ ହୋଇ ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ। ଫଳରେ ଆଗାମୀ ୩ ଦିନ ଅର୍ଥାତ ୧ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଂଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲାକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି ପ୍ରବଳ ବର୍ଷା ପାଇଁ ନୂଆପଡା ,କଳାହାଣ୍ଡି ,ରାୟଗଡା , ଗଂଜାମ ଓ ଗଜପତି ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ବିଭାଗ। ସେହିପରି ବିଜୁଳି ଘଡଘଡିର ସତର୍କତାକୁ ନେଇ ଅନୁଗୁଳ, ଢେଙ୍କାନାଳ ,ବୌଦ୍ଧ , କଳାହାଣ୍ଡି, କେନ୍ଦ୍ରାପଡା, ଭଦ୍ରକ , ଯାଜପୁର, କଟକ,ଜଗତସିଂପୁର, ପୁରୀ, ଖୋର୍ଦ୍ଧା ଓ ନୟାଗଡରେ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି, ମାଲକାନଗିରି , କୋରାପୁଟ, ରାୟଗଡା ଓ ନବରଙ୍ଗପୁର ରେ ଅରେଞ୍ଜ ବର୍ଣ୍ଣିଙ୍ଗ ସହ ପ୍ରବଳ ବର୍ଷା ପାଇଁ ନୂଆପଡା କଳାହାଣ୍ଡି ବଲାଙ୍ଗୀର କନ୍ଧମାଳ ଗଂଜାମକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ। ସଦୃଶ ଲଘୁଚାପ ଫଳରେ ୧ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସ୍ଥାନରେ ହୋଇଥିବା ବେଳେ ବରଗଡର ଝରବନ୍ଧରେ ସର୍ବାଧିକ ୧୦୧.୦୦ ମିମି ବର୍ଷା ରେକର୍ଡ ହୋଇଛି।।ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୧୬. ୬ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୧୦ ପ୍ରତିଶତ ନିଅଁଟିଆ ବର୍ଷା ରହିଛି। ୯୦୬. ୫ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

 

 

Leave A Reply

Your email address will not be published.