thelifelinemedia
Latest Odisha News, Breaking News Today

ଓଡିଶାରେ PM-USHA କାର୍ଯ୍ୟକ୍ରମ: ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷର

ଭୁବନେଶ୍ଵର : ରାଜ୍ୟ କୃଷି ଭବନରେ ଓଡିଶାର ଉଚ୍ଚ ଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ ମଧ୍ୟରେ ରାଜ୍ୟରେ PM-USHA କାର୍ଯ୍ୟକ୍ରମ ଲାଗୁ ପାଇଁ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ୨୦୨୫-୨୬ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ। କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ରାଜ୍ୟର ଛାତ୍ରଛାତ୍ରୀଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଆମ ସରକାରଙ୍କ ୮୧ତମ ଦିନରେ PM-USHA କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଏହା ହେଉଛି ଡବଲ୍ ଇଞ୍ଜିନ ସରକାରର ସଫଳତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ଓ ତତ୍ତ୍ୱାବଧାନରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି। ଶିକ୍ଷାର ପରିସର ବ୍ୟାପକ ତେଣୁ ଏହାକୁ ରାଜନୀତିର ସଂକୀର୍ଣ୍ଣତା ମଧ୍ୟରେ ରଖିବା ଉଚିତ୍ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। PM-USHA କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନ ଲକ୍ଷ୍ୟରେ ଆରମ୍ଭ ହୋଇଥିବା ସତ୍ତ୍ୱେ, ଆଗରୁ ଏହାକୁ କାର୍ଯ୍ୟକାରୀ କରାଯାଇନଥିଲା।ଏହି ଯୋଜନାକୁ ରାଜ୍ୟରେ ସଫଳତାର ସହ କରାଯିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଶିକ୍ଷାର ନୂତନ ଭିତ୍ତିଭୂମି ଓ ମନବ ସମ୍ବଳର ବିକାଶ ହେବ। ଏହି ଯୋଜନା ଦକ୍ଷତା ବିକାଶ, ଗବେଷଣା, ନିଯୁକ୍ତିଯୋଗ୍ୟ ଶିକ୍ଷାର ବିକାଶରେ ସହାୟକ ହେବ। ଏହା ଆମର ଶିକ୍ଷା ପରିବେଶକୁ ବିଶ୍ୱସ୍ତରୀୟ କରିବ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବସେବା ତଥା ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଶାସନ ସଚିବ ସୁନିଲ କୁମାର ବର୍ଣ୍ଣୱାଲ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଥିଲେ।

 

 

Leave A Reply

Your email address will not be published.