ଭିଜିଲାନ୍ସ ପଞ୍ଝାରେ ଖଣି ଅଧିକାରୀ: ମିଳିଲା ପୁଳା ପୁଳା ଟଙ୍କା

ଅନୁଗୁଳ: ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ।ତାଳଚେର ଖଣି ଉପନିର୍ଦେଶକ ଧରଣୀଧର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ଚଢାଉ ବେଳେ ଖଣି ଅଫିସରଙ୍କ ଘରୁ ଟଙ୍କା ଖଣି ଖୋଜି ପାଇଛି ଭିଜିଲାନ୍ସ ଟିମ୍। ଏବେ ସୁଦ୍ଧା ଭୁବନେଶ୍ବର ସୁରେଖା ଅର୍ଚିଡ ଆପାର୍ଟମେଣ୍ଟ ଘରୁ ପୁଳା ପୁଳା ଟଙ୍କା ଦାମୀ ଘଂଟା, ସୁନା ଅଳଙ୍କାର ରୁପା ସାମଗ୍ରୀ ଜବତ ହୋଇଛି । ଏହି ଘରେ ଧରଣୀଧର ରହୁଥିବା ବେଳେ ଏହି ଘରର ମୂଲ୍ୟ ପାଖାପାଖି ୧ କୋଟି ୫୦ ଲକ୍ଷ ଟଙ୍କା ହେବ ସେହିଭଳି ସୁନ୍ଦରପଦାରେ ଦୁଇମହଲା କୋଠା ଯାହାର ମୂଲ୍ୟ ୫୫ ଲକ୍ଷ ଟଙ୍କା । କେନ୍ଦୁଝର ତେଲକୋଇରେ ୩ ଟି ମାର୍କେଟ କମ୍ପ୍ଲେକ୍ସ ୨ ଟି ଦୁଇମହଲା ବିଶିଷ୍ଟ ଓ ଗୋଟିଏ ଏକ ମହଲା ବିଶିଷ୍ଟ ମାର୍କେଟ କମ୍ପ୍ଲେକ୍ସ ଠାବ କରିଛି ଭିଜିଲାନ୍ସ ବିଭାଗ । କେନ୍ଦୁଝର, ଅନୁଗୁଳ, ଭୁବନେଶ୍ବର, କଟକରେ ଏକାଧିକ ପ୍ଲଟ ମଧ୍ୟ ରହିଥିବା ଜଣା ପଡ଼ିଛି । ଖାଲି ସେତିକି ନୁହେଁ ବାବୁଙ୍କର ବ୍ୟାଙ୍କ ଜମା ୧୦ ଲକ୍ଷ ଟଙ୍କା ଥିବା ବେଳେ ୧୬ ଲକ୍ଷ ଟଙ୍କା ଫିକ୍ସ ଡିପୋଜିଟ ରହିଛି । ସବୁଠୁ ଆଶ୍ଚର୍ଯ୍ୟର କଥା ବାବୁ ଏତେ କଳା ଟଙ୍କା ରୋଜଗାର କରିଛନ୍ତି ଯେ ୨୦ ବର୍ଷରେ ଶୁଝିବା ପାଇଁ ଆଣିଥିବା ୧ କୋଟି ୧୩ ଲକ୍ଷ ଟଙ୍କାକୁ ମାତ୍ର ୨ ବର୍ଷରେ ସୁଝି ଦେଇଛନ୍ତି । ଯାହାକୁ ଜାଣିବା ପରେ ଭିଜିଲାନ୍ସ ଟିମ୍ ମଧ୍ୟ ତାଯୁବ ହୋଇଯାଇଛି । ଭୁବନେଶ୍ୱର ଘରକୁ ଛାଡ଼ିଦେଲେ ତାଳଚେରରୁ ମଧ୍ୟ ମିଳିଛି ପୂଳା ପୁଳା ଟଙ୍କା । ଏବେ ବିଭିନ୍ନ ଜାଗାରେ ଏକକାଳୀନ ଚଢ଼ାଉ ଚାଲିଛି। ପ୍ରାଥମିକ ଭାବେ ଖଣି ଅଧିକାରୀଙ୍କ ଘରୁ ଅନେକ ଗୁରୁତ୍ବପୂର୍ଣ୍ଣ ତଥ୍ୟ ଓ ଦସ୍ତାବିଜ ମିଳିଥିବା କୁହାଯାଉଛି।