ଆସୁଛି ବଡ ବର୍ଷା: ଭିଜିବ ପୁରା ଓଡିଶା

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ପ୍ରଭାବରେ ୪ରୁ ବଢ଼ିବ ବର୍ଷାର ପରିମାଣ । ୫ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗରେ ସୃଷ୍ଟି ହେବ। ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡିଶାରେ ହେବ ଭଲ ବର୍ଷା। ୮ ତାରିଖ ଯାଏଁ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାରଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ହେବ ନାହିଁ। କାଁ ଭାଁ କିଛି ଅଞ୍ଚଳରେ ବିକ୍ଷିପ୍ତ ବର୍ଷା ହୋଇପାରେ। ତେବେ ଲଘୁଚାପ ପ୍ରଭାବରେ ୫ରୁ ପୁଣି ବର୍ଷା ବଢ଼ିବ। ୫ ତାରିଖରେ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ସତର୍କ ସୂଚନା ଜାରୀ କରିଛି।