thelifelinemedia
Latest Odisha News, Breaking News Today

ବର୍ଷାରେ ଭିଜିବ ପାର୍ବଣ: ଘନୀଭୂତ ହେଉଛି ଲଘୁଚାପ

ଭୁବନେଶ୍ୱର: ବର୍ଷାରେ ଭିଜିବ ପାର୍ବଣ। ପାର୍ବଣ ସମୟରେ ବର୍ଷା ବିଗାଡିବ ମଉଜ। ଭିଜିବ ପାର୍ବଣ ଋତୁ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହେବାରେ ଲାଗିଛି ଯାହାର ପ୍ରଭାବରେ ଆସନ୍ତା ୨ରୁ ୩ଦିନ ମଧ୍ୟରେ ନେବ ଅବପାତର ରୂପ ଲଘୁଚାପ।ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଲଘୁଚାପ ଘନୀଭୂତ ହୋଇ ଉତ୍ତର ଦିଗରେ ଗତିକରିବ। ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଗାଙ୍ଗେୟ ପଶ୍ଚିମବଙ୍ଗ ତତସଂଲଗ୍ନ ଉତ୍ତର ଓଡିଶା ଉପକୂଳ ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ।

ଆଜି ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୨୧ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା କାଲି ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ। ପ୍ରବଳ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ଦେବଗଡ଼, ସମ୍ବଲପୁର, ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି ଏବଂ ନବରଙ୍ଗପୁର କୁ ସତର୍କତା ଜାରି କରାଯାଇଛି। ୮ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷିବ। ପ୍ରବଳ ବର୍ଷା ନେଇ ୧୯ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ୯ ତାରିଖରୁ ପ୍ରବଳ ବର୍ଷା ସହ ପବନର ବେଗ ବଢିବ ସେଥିପାଇଁ ୮,୯ ଏବଂ ୧୦ ତାରିଖରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା। ଅବପାତଟି ଉତ୍ତର ଓଡିଶା ଦେଇ ଗାଙ୍ଗେୟ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ମୁହାଁ ହେବ। ଉପର ମହାନଦୀ ଏବଂ ତଳ ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ହେବ ଯାହା ଫଳରେ ପାର୍ବଣ ଋତୁରେ ବର୍ଷା ହେବାର ସମ୍ଭାବନା ରହିଛି।

Leave A Reply

Your email address will not be published.