ସୃଷ୍ଟି ହେଲା ଅବପାତ: ଆହୁରି ୪ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ପଶ୍ଚିମ କେନ୍ଦ୍ରୀୟ ସଲଂଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତର ରୂପ ନେଇଛି। ଗତକାଲିର ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ଆଜି ସକାଳ ୫ଟା ୩୦ ସମୟରେ ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇଛି।
ଅବପାତ ଗୋପାଳପୁରଠୁ ପୂର୍ବ ଓ ଦକ୍ଷିଣ ପୂର୍ବ ଦିଗରେ ୨୬୦ କିମି ପାରାଦୀପଠୁ ୨୯୦କିମି, ଏବଂ ଦୀଘା ଠାରୁ ୪୧୦ କିମି ଦୂରରେ ରହିଛି। ଆସନ୍ତା ୨୪ ଘଣ୍ଟାରେ ଗଭୀର ଅବପାତ ରୂପରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଅତିକ୍ରମ କରିବ। ଏହା ପ୍ରଭାବରେ ରାଜ୍ୟରେ ଲାଗି ରହିବ ବର୍ଷା। ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲାଗି ରହିବ ବର୍ଷା।