ଲଘୁଚାପ ପ୍ରଭାବ ଜନିତ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଏସଆରସି ତଥା ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ ମୁଖ୍ୟମନ୍ତ୍ରୀଙ୍କୁ ସ୍ଥିତି ଓ ନିଆଯାଇଥିବା ପଦକ୍ଷେପ ସମ୍ବନ୍ଧ ରେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମୁଦ୍ରକୁ ଠିକ୍ ଭାବେ ଜଳ ନିଷ୍କାସନ ହୋଇପାରୁନଥିବାରୁ ବହୁ ସ୍ଥାନ ରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି। ବିଶେଷ କରି କୋରାପୁଟ ଓ ମାଲକାନଗିରି ଜିଲ୍ଲାବାସୀ ବର୍ଷା ଯୋଗୁଁ ଅଧିକମାତ୍ରାରେ ପ୍ରଭାବିତ ହୋଇଛନ୍ତି। ଅନେକ ଜାଗାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଜଳବନ୍ଦୀ ସମସ୍ୟା ମଧ୍ୟ ଘଟିଛି। ଓଡରାଫ୍, ଏନଡିଆରଏଫ ଏବଂ ଅଗ୍ନିଶମ ବାହିନୀ ସହାୟତାରେ ଲୋକଙ୍କ ଅସୁବିଧାକୁ ତତ୍ପରତାର ସହ ଦୂର କରିବା ପାଇଁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ରିଲିଫ ସାମଗ୍ରୀ ବ୍ୟାପକ ମାତ୍ରା ରେ ମହଜୁଦ ରଖି ପ୍ରଭାବିତ ଲୋକଙ୍କୁ ଯୋଗାଇବାପାଇଁ ସେ କହିଥିଲେ