thelifelinemedia
Latest Odisha News, Breaking News Today

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଉତ୍ତର ଓଡିଶାରେ ପ୍ରବଳ ବର୍ଷା 

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଲଘୁଚାପ ଦକ୍ଷିଣ ପୂର୍ବ ବାଂଲାଦେଶ ଏବଂ ଏହାର ଆଖପାଖରେ କେନ୍ଦ୍ରୀଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତିକରିବ। ପରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ। ପ୍ରଭାବରେ ଆଜିଠାରୁ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା। କାଲିଠାରୁ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ତେବେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଛି।ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କୋରାପୁଟ ମାଲକାନଗିରି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ,ଜଗତସିଂହପୁର, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ସତର୍କତା ରହିଛି।କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ରହିବା ସହିତ କେନ୍ଦୁଝର, ମୟୁରଭଞ୍ଜ ଏବଂ ସୁନ୍ଦରଗଡକୁ ସତର୍କତା ଦିଆଯାଇଛି। ଏହି ୩ଟି ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା

ପ୍ରବଳ ବର୍ଷା ନେଇ ଝାରସୁଗୁଡା, ସମ୍ବଲପୁର, ଦେବଗଡ, କୋରାପୁଟ, ନବରଙ୍ଗପୁର, ଯାଜପୁର, ବରଗଡ, ରାୟଗଡା, କଳାହାଣ୍ଡି ବାଲେଶ୍ବର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ। ଅନ୍ୟପଟେ ସମୁଦ୍ର ଅଶାନ୍ତ ରହୁଥିବାରୁ ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି।

Leave A Reply

Your email address will not be published.