ଦିନକ ପରେ ଆସୁଛନ୍ତି ମୋଦି: ଜଗିବେ ୮୧ ପ୍ଲାଟୁନ୍ ଫୋର୍ସ

ଭୁବନେଶ୍ବର: ଦିନକ ପରେ ଅର୍ଥାତ ୧୭ ତାରିଖ ମଙ୍ଗଳବାର ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତାଙ୍କର ଜନ୍ମ ଦିବସ ଅବସରରେ ରାଜ୍ୟରେ ବହୁ ପ୍ରତିକ୍ଷିତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଭୁବନେଶ୍ବର ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଥିବା ସୁଭଦ୍ରା କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ସେପଟେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ। ଏହି ଫୋର୍ସରେ ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ ।
ଭୁବନେଶ୍ବର ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ କରାଯିବ। ବ୍ୟାପକ ମହିଳା ପୋଲିସଙ୍କ ସହ ସାଧା ପୋଷାକରେ ବୁଲିବେ ପୋଲିସ କର୍ମଚାରୀ। ଏଥିସହିତ ଓଡ୍ରାଫ, ୬ କମ୍ପାନୀ ସିଆରପିଏଫ୍ ମଧ୍ୟ ମୁତୟନ ରହିବେ ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସଞ୍ଜୀବ ପଣ୍ଡା ।