thelifelinemedia
Latest Odisha News, Breaking News Today

ଆସନ୍ତା ୫ ତାରିଖରୁ ରାଜ୍ୟରେ ବଢିବ ବର୍ଷା

ଭୁବନେଶ୍ଵର: ଆସୁଛି ୨ଟି ଲଘୁଚାପ  ।  ୫ରୁ ବଢ଼ିବ ବର୍ଷାର ପରିମାଣ । ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ।

ଦ୍ବିତୀୟ ଲଘୁଚାପ ସେପ୍ଟେମ୍ବର ୯ ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେଥିପାଇଁ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.