ମୋଦିଙ୍କ ଗସ୍ତ ପାଇଁ ଭୁବନେଶ୍ୱର ଟ୍ରାଫିକ କଟକଣା: ଜାଣନ୍ତୁ କେଉଁ ରୁଟରେ କେତେ କଟକଣା

ଭୁବନେଶ୍ୱର: ଆସନ୍ତାକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସୁଭଦ୍ରା ଯୋଜନାର ଶୁଭାରମ୍ଭ ସହିତ ଅନେକ ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଭୁବନେଶ୍ୱର ଜନତା ମଇଦାନର ସଭାସ୍ଥଳ ସଜେଇ ହୋଇଛି। ଏହି ଠାରୁ ମୋଦି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ଏହି ଫୋର୍ସରେ ୧୧ ଡିସିପି ରାଙ୍କ ଅଧିକାରୀ, ୨୨ ଅତିରିକ୍ତ ଡିସିପି, ୬୬ ଏସିପି, ୧୦୦ ଆଇଆଇସି, ୩୦୦ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । ଭୁବନେଶ୍ବର ବିମାନବନ୍ଦରଠୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ କରାଯିବ ।
ମୋଦିଙ୍କ ଭୁବନେଶ୍ବର ଗସ୍ତ ପାଇଁ ଟ୍ରାଫିକ କଟକଣା କଡାକଡି କରାଯାଇଛି। ଆସନ୍ତାକାଲି ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ କଟକଣା। କମିଶନରେଟ୍ ପୋଲିସ ପକ୍ଷରୁ ଜାରି ହେଲା ଟ୍ରାଫିକ ନିର୍ଦ୍ଦେଶନାମା। ଜୟଦେବ ବିହାର-ନାଲକୋ ଛକ-ଜୟଦେବ ବିହାର ରାସ୍ତାରେ କଟକଣା। ନନ୍ଦନକାନନ-ଜୟଦେବ ବିହାର ଯିବା ପାଇଁ ଡମଣା ଛକରୁ ବାମକୁ ଯିବେ। ଆଚାର୍ଯ୍ୟ ବିହାର-ସୈନିକ ସ୍କୁଲ ଦେଇ ନନ୍ଦନକାନନ ଆଡ଼କୁ ଯିବେ। ଜରୁରୀକାଳୀନ ସେବା ଫାୟାର, ଆମ୍ବୁଲାନ୍ସ ପାଇଁ କଟକଣା ନାହିଁ। ପୁରା ଭୁବନେଶ୍ୱର ଅର୍ଥାତ ଜନତା ମଇଦାନ ପରିସର ପୋଲିସ ଓ ସେନା ଛାଉଣୀରେ ଭର୍ତ୍ତି ହୋଇଛି।