thelifelinemedia
Latest Odisha News, Breaking News Today

ଘର ବାଣ୍ଟିଲେ ମୋଦି, ଶ୍ରଦ୍ଧାରେ କ୍ଷୀରି ଖୁଆଇଲେ ଲୋକେ

ଭୁବନେଶ୍ବର:ଗାଡ଼କଣରେ ଗୃହ ପ୍ରବେଶ କରାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭୁବନେଶ୍ବର ବିମାନବନ୍ଦରରୁ ସିଧାସଳଖ ଗାଡ଼କଣାରେ ପହଞ୍ଚି ସେଠାରେ ସେ ନିଜ ଜନ୍ମଦିନରେ କ୍ଷୀରି ଖାଇଛନ୍ତି। ରାଜଧାନୀ ନିକଟ ଗାଡ଼କଣ ଗାଁରେ ପ୍ରଧାନମନ୍ତ୍ରୀ ପିଏମ୍ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ ଖାଇଛନ୍ତି କ୍ଷୀରି। ମୋଦୀଙ୍କ ପାଇଁ ଅନ୍ତର୍ଯ୍ୟାମୀଙ୍କ ବୋହୂ ସୁସ୍ୱାଦୁ କ୍ଷୀରି ପ୍ରସ୍ତୁତ କରିଥିଲେ। ଗାଡ଼କଣରେ ପ୍ରଧାନମନ୍ତ୍ରୀ ଆବାସ ହିତାଧିକାରୀମାନଙ୍କୁ ଗୃହପ୍ରବେଶ କରାଇଛନ୍ତି। ଏଠାରେ ଲୋକଙ୍କ ସହ ଆଲୋଚନା ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ସ୍ଥାନୀୟ ବାସିନ୍ଦାଙ୍କ ସହ ମନଖୋଲି କଥା ହୋଇଥିବାର ଦେଖିବାକୁ ମିଳିଛି। ଲୋକେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ଉପସ୍ଥିତ ଥିଲେ।ଜନ୍ମଦିନରେ କ୍ଷୀରି ଆଦିବାସୀ ମାଙ୍କ ହାତରୁ କ୍ଷୀରି ଖାଇ ଏକ ନିଆରା ଅନୁଭୂତି ସାଉଁଟିଛନ୍ତି ମୋଦି

Leave A Reply

Your email address will not be published.