thelifelinemedia
Latest Odisha News, Breaking News Today

ହସ୍ପିଟାଲରେ ଭର୍ତ୍ତି ହେଲେ ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ: ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର: ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ପୂର୍ବତନ ରାଜ୍ୟପାଳ ବିଶ୍ୱ ଭୂଷଣ ହରିଚନ୍ଦନ। ଅସୁସ୍ଥତା ହେତୁ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏ ନେଇ ହସ୍ପିଟାଲ ଯାଇ ବିଶ୍ୱ ଭୂଷଣ ହରିଚନ୍ଦନଙ୍କୁ ହସ୍ପିଟାଲରେ ଭେଟି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ଶ୍ରୀ ହରିଚନ୍ଦନଙ୍କୁ ଚିକିତ୍ସା କରୁଥିବା ଡାକ୍ତର ମାନଙ୍କ ସହିତ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଆଲୋଚନା କରିବା ସହ ସେ ଯେପରି ଶୀଘ୍ର ଆରୋଗ୍ୟ ଲାଭ କରିବେ ସେଥିପାଇଁ ଧ୍ୟାନ ଦେବାକୁ ସେମାନଙ୍କୁ ପରାମର୍ଶ ଦେଇଥିଲେ। ଏହି ସାକ୍ଷାତ ସମୟରେ ଶ୍ରୀ ହରିଚନ୍ଦନଙ୍କ ପୁତ୍ର ତଥା ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ବିରୋଧୀ ଦଳ ନେତା ବିଶ୍ୱ ଭୂଷଣ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ ଫୋନ୍ କରି ବିଶ୍ୱଭୂଷଣ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ।

Leave A Reply

Your email address will not be published.