ଭରତପୁର ଥାନା ଘଟଣା: ଏସଆଇଟି ତଦନ୍ତ ଦାବି କଲେ ନବୀନ

ଭୁବନେଶ୍ୱର: ଭରତପୁର ଥାନାରେ ଯେପରି ଭାବେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯ୍ୟାତନା ଦିଆଗଲା ତାକୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣାକୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି। ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି। ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ନବୀନ ବର୍ଣ୍ଣନା କରିଛନ୍ତି। ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣା ରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧ ରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି।
ନବୀନ କହିଛନ୍ତି ତାଙ୍କ ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା।ଏଥିରେ ମୁଖ୍ୟମନ୍ତ୍ରୀ ଙ୍କ ଠାରୁ ଆରମ୍ଭ କାରି ମନ୍ତୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟ କୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ। ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ, ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ। ପୁରୀ ରାଜଭବନ ଘଟଣାରେ ଦାୟିତ୍ୱ ସମ୍ପାଦନ କରୁଥିବା ଜଣେ ସରକାରୀ ଅଧିକାରୀଙ୍କ ବ ଉପରେ ରାଜ୍ୟପାଳଙ୍କ ପୁଅ ଆକ୍ରମଣ କରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ମନା କରିଦେବା ଦ୍ୱାରା ଏହା ଅପରାଧୀ ମାନଂକୁ ଉତ୍ସାହିତ କରିଛି। ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମୁଁ ପୁଣି ଥରେ ସରକାରଙ୍କୁ ଅନୁରୋଧ କରୁଛି। ଭରତପୁର ଥାନାରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳା ଙ୍କ ଉପରେ ଯେଭଳି ଜଘନ୍ୟ ଅତ୍ୟାଚାର କରାଗଲା ତାର କୋର୍ଟ ତତ୍ୱାବଧାନରେ SIT ତଦନ୍ତ ସହ ନବୀନ ବିଚାରବିଭାଗୀୟ ତଦନ୍ତ ଦାବି କରିଛନ୍ତି।