ବିଜେଡିର ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ

ଭୁବନେଶ୍ୱର: ଭରତପୁର ଥାନାରେ ଆର୍ମି ମେଜର୍ ଓ ବାନ୍ଧବୀଙ୍କୁ ଦିଆଯାଇଥିବା ନିର୍ଯାତନା ମାମଲାକୁ ନେଇ ଆରମ୍ଭ ହୋଇଗଲାଣି ରାଜନୀତିକରଣ। ଏହି ଘଟଣା ସମଗ୍ର ରାଜ୍ୟରେ ହଇଚଇ ସୃଷ୍ଟି କରିଥିବା ବେଳେ ବିଜେଡି ଦେଇଛି ବନ୍ଦ ଡାକରା। ଆସନ୍ତା ୨୪ ତାରିଖ ମଙ୍ଗଳବାର ଦିନ ୬ ଘଣ୍ଟିଆ ଭୁବନେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି। ଏନେଇ ଆଜି ପ୍ରେସମିଟରେ ସୂଚନା ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର। ଆସନ୍ତା ମଙ୍ଗଳବାର ସକାଳ ୬ଟାରୁ ବିଜେଡି ଭୁବନେଶ୍ୱର ବନ୍ଦ ପାଳନ କରିବ ବୋଲି ସେ କହିଛନ୍ତି।
ଦେବୀ ମିଶ୍ର କହିଛନ୍ତି, ଆମ ମାତୃଶକ୍ତି ଭୁଲୁଣ୍ଠିତ ହୋଇଛି। ଘଟଣାକୁ ଚାପି ଦେବାକୁ ଉଦ୍ୟମ ହୋଇଥିଲା। ତେଣୁ ଘଟଣାର ନ୍ୟାୟିକ ତଦନ୍ତ ଦାବି କରାଯାଇଛି। ଏଥିସହ ବହୁ ବହୁ ଆଲୋଚନା, ପର୍ଯ୍ୟାଲୋଚନା ପରେ ବିଜେଡି ଆସନ୍ତା ମଙ୍ଗଳବାର ଭୁବନେଶ୍ୱରରେ ୬ ଘଣ୍ଟିଆ ବନ୍ଦ ପାଳନ କରିବ ।