୩ ଘଣ୍ଟା ପାଇଁ ସାବଧାନ ରୁହ: ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପ୍ରବଳ ବର୍ଷା ସହ ଘଡଘଡି ସମ୍ଭାବନା ଏନେଇ ୧୨ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । କଟକ, ଖୋର୍ଦ୍ଧା, ଭୁବନେଶ୍ବର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କେନ୍ଦ୍ରାପଡ଼ା ଜିଲ୍ଲାକୁ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏଥିସହିତ ଘଣ୍ଟାକୁ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଇଛି ପାଣିପାଗ ବିଭାଗ । ଏଥିପାଇଁ ଜରୁରୀ କାମ ନଥିଲେ ଲୋକଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି।
ବର୍ତ୍ତମାନ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତାକାଲି ଲଘୁଚାପର ରୂପ ନେଇପାରେ। ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ। ପୁରା ଓଡିଶା ଭିଜିବ। ଦକ୍ଷିଣ ଓଡିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବ