thelifelinemedia
Latest Odisha News, Breaking News Today

ଚାଷୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚାଷୀଙ୍କ ଦୁଃଖ କାହାଣୀ ଶୁଣିଲେ ମୁଖ୍ୟମନ୍ତ୍ରୀ। ସମସ୍ୟା ଶୁଣିଲେ ଓ ସମାଧାନ ପାଇଁ ପ୍ରତିଶ୍ରୁତି ଦେଲେ। ସୁଦୂର କେନ୍ଦ୍ରାପଡା ଜିଲ୍ଲା ରାଜକନିକାରୁ ୧୭ଜଣ ଚାଷୀ ତାଙ୍କ ଅଞ୍ଚଳର ବରୁଣା ପ୍ରାଥମିକ କୃଷି ସମବାୟ ସମିତିରେ ହୋଇଥିବା ଆର୍ଥିକ ହେରଫେର ବିଷୟରେ ଅଭିଯୋଗ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପଦଯାତ୍ରାରେ ଆସିଥିଲେ। ସେମାନଙ୍କ ଅଭିଯୋଗ ଥିଲା ଯେ ସମିତିର ଦୁଇ ଜଣ ଅଧିକାରୀ କୃଷକମାନଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ଆର୍ଥିକ ସହାୟତାକୁ ଚଞ୍ଚକତା କରି ନେଇଯାଇଛନ୍ତି। ସେମାନଙ୍କ ବିରୁଦ୍ଧରେ ଏ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନାହିଁ । କୃଷକମାନେ ସେମାନଙ୍କ ଉଚିତ୍ ସରକାରୀ ପ୍ରାପ୍ୟ ପାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଅଭିଯୋଗ ନେଇ ଆସିଥିଲେ । ମୁଖ୍ୟମନ୍ତ୍ରୀ ନିଜେ ସେମାନଙ୍କ ପାଖକୁ ଆସି ସେମାନଙ୍କ ଠାରୁ ଅଭିଯୋଗ ପତ୍ର ଗ୍ରହଣ କଲେ ଏବଂ ସେମାନଙ୍କ ଆଶ୍ୱାସନା ଦେଇଥିଲେ ଯେ ଏ ସରକାର ହେଉଛି ଚାଷୀଙ୍କ ସରକାର । ଚାଷୀଙ୍କ ପ୍ରତି ହୋଇଥିବା ଅନ୍ୟାୟକୁ କେବେହେଲେ ପ୍ରଶ୍ରୟ ଦିଆଯିବ ନାହିଁ। ଯଥାଶୀଘ୍ର ଏହି ଅଭିଯୋଗ ଉପରେ ତଦନ୍ତ କରାଯାଇ ଦୋଷୀକୁ ଦଣ୍ଡ ମିଳିବା ସହିତ ଆପଣମାନଙ୍କୁ ନ୍ୟାୟ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀଙ୍କର ଏହି ଆଶ୍ୱାସନା ଭରା କଥା ଶୁଣି ଖୁସି ମନରେ ସମସ୍ତେ ‘ମୁଖ୍ୟମନ୍ତ୍ରୀ ଜିନ୍ଦାବାଦ’ ଧ୍ୱନୀ ଦେଇ ଫେରିଥିଲେ।

Leave A Reply

Your email address will not be published.