ଭରତପୁର ଥାନା କାଣ୍ଡ: ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍ ଟେଷ୍ଟ

ଭୁବନେଶ୍ୱର: ଭୁବନେଶ୍ୱରର ଭରତପୁର ଥାନାରେ ଜଣେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ହେବ ପଲିଗ୍ରାଫ୍ ଟେଷ୍ଟ। ଏଥିପାଇଁ ଆଜି କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟ।ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍ ଟେଷ୍ଟ ସହିତ ନାର୍କୋ ଆନାଲିସିସ୍ ଓ ବ୍ରେନ୍ ଫିଙ୍ଗର ପ୍ରିଣ୍ଟିଂ ଟେଷ୍ଟକୁ ବି ଅନୁମତି ଦେଇଛନ୍ତି କୋର୍ଟ। ଏହି ୩ଟି ଟେଷ୍ଟ ପାଇଁ ଦୀନକୃଷ୍ଣଙ୍କୁ ଗୁଜରାଟର ଗାନ୍ଧିନଗର ନେବ କ୍ରାଇମବ୍ରାଞ୍ଚ।ଅଭିଯୁକ୍ତ ତଥା ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କର ପଲିଗ୍ରାଫ୍ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଆବେଦନ କରିଥିଲା। ପଲିଗ୍ରାଫ୍ ଟେଷ୍ଟ ପାଇଁ ଦୀନକୃଷ୍ଣ ରାଜି ହୋଇଥିବାରୁ କୋର୍ଟ ବି ଏହି ଆବେଦନ ଉପରେ ସହମତି ପ୍ରକାଶ କରିଥିଲା।