thelifelinemedia
Latest Odisha News, Breaking News Today

ଭଦ୍ରକରେ ଇଣ୍ଟରନେଟ୍ ସେବା ବନ୍ଦ 

ଭଦ୍ରକ: ସୋସିଆଲ ମିଡିଆ ପୋଷ୍ଟରୁ ତୁମୁଳକାଣ୍ଡ। ଭଦ୍ରକ ଜିଲ୍ଲାରେ ୨ ଦିନ ପାଇଁ ଇଣ୍ଟରନେଟ୍‌ ସେବା ବନ୍ଦ। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଦେଖା ଦେଇଥିବା ଉତ୍ତେଜନା ପରେ ଏଭଳି ଚରମ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ୪୮ ଘଣ୍ଟା ପାଇଁ ଇଣ୍ଟରନେଟ ସେବା ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏଥିସହିତ ସୋସିଆଲ ମିଡିଆ ବ୍ୟବହାର ଉପରେ କଟକଣା ଲାଗାଯାଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଭଦ୍ରକର ପୁରୁଣାବଜାର ଅଞ୍ଚଳରେ ୧୬୩ ଧାରା ଲାଗୁ କରାଯିବା ସହ ୧୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ସହରରେ କିଭଳି ଶାନ୍ତି ଫେରିବ ସେ ନେଇ ପୁଲିସ ଏବଂ ପ୍ରଶାସନ ଉଦ୍ୟମ ଜାରି ରଖିଛନ୍ତି। ପୁଲିସ ଫ୍ଲାଗମାର୍ଚ୍ଚ ସହ ଭେଇକିଲ ପେଟ୍ରୋଲିଂକୁ ବଢ଼ାଇଛି।

ସୋସିଆଲ ମିଡିଆରେ ଏକ ବିବାଦୀୟ ଫଟୋ ପୋଷ୍ଟକୁ ନେଇ ଗତକାଲି ଭଦ୍ରକରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଯୁକ୍ତକୁ ଗିରଫ ଦାବିରେ ୫୦ରୁ ଅଧିକ ଲୋକ ଶୋଭାଯାତ୍ରା କରିଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା। ଶୋଭାଯାତ୍ରା ନକରିବା ପାଇଁ ପୁଲିସ ପକ୍ଷରୁ କୁହାଯାଇଥିଲା। ହେଲେ ସେମାନେ ରାଜି ହୋଇନଥିଲେ। ପୋଷ୍ଟ କରିଥିବା ବ୍ୟକ୍ତିଙ୍କୁ ଗିରଫ କରିବା ପାଇଁ ଅଡି ବସିଥିଲେ। ଏହାକୁ ପୁଲିସ ଓ ଆନ୍ଦୋଳକାରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏହା କ୍ରମେ ବଢ଼ିବାରେ ଲାଗିଥିଲା। ପରେ ପୁଲିସ ଉପରକୁ ପଥର ମାଡ଼ କରିଥିଲେ ଆନ୍ଦୋଳନକାରୀ। ଏଥିରେ ୩ ପୁଲିସ ଅଧିକାରୀ ଆହତ ହୋଇଥିଲେ।

Leave A Reply

Your email address will not be published.