thelifelinemedia
Latest Odisha News, Breaking News Today

ଭଦ୍ରକ ଓ ସୋନପୁର ଜିଲ୍ଲାର ନେତୃମଣ୍ଡଳୀ ଓ ଦଳୀୟ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର: ଶଙ୍ଖ ଭବନ ଠାରେ ଭଦ୍ରକ ଓ ସୋନପୁର ଜିଲ୍ଲା ର ସାଂଗଠନିକ ପଦାଧିକାରୀ ଓ ନେତୃ ବୃନ୍ଦଙ୍କ ବୈଠକ ଅନୁଷ୍ଠିତ ହୋଇ ସଂଗଠନକୁ ମଜବୂତ କରିବା ସମ୍ପର୍କ ରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ଉଦବୋଧନ ଦେଇ ଦଳ ସଭାପତି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ବିଜେଡି ସରକାର ର ୨୪ବର୍ଷ ଶାସନରେ ରାଜ୍ୟର ସବୁ ଅଞ୍ଚଳ ଓ ସବୁ କ୍ଷେତ୍ରର ବିକାଶକୁ ପ୍ରାଥମିକତା ଦିଆଯାଇଥିଲା।ବିଜେପି ସରକାର ଆସିବାର ତିନି ମାସ ଭିତରେ ରାଜ୍ୟର ବିଭିନ୍ନ ଅଂଚଳରେ ସାମ୍ପ୍ରଦାୟିକ ଅଶାନ୍ତି ଓଡିଶା ର ଛବି କୁ ମଳିନ କରିଛି। ପ୍ରଥମେ ବାଲେଶ୍ୱର ପରେ ପରେ ଖୋର୍ଦ୍ଧା, ଧାମନଗର ଓ ଭଦ୍ରକରେ ସାମ୍ପ୍ରଦାୟିକ ଅଶାନ୍ତି ସରକାର ଙ୍କ କାର୍ଯ୍ୟଦକ୍ଷତା କୁ ନେଇ ପ୍ରଶ୍ନ ବାଚୀ ସୃଷ୍ଟି କରିଛି ବୋଲି ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ.

ଶାନ୍ତି ଓ ସଦଭାବ ଓଡିଶାର ପରିଚୟ। ଏହାକୁ ବଜାୟ ରଖିବା ପାଇଁ ସମସ୍ତେ ଏକଜୁଟ ହୋଇ କାମ କରିବାକୁ ନବୀନ ପଟ୍ଟନାୟକ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ। ବିଜେଡି ସରକାର ସମୟରେ ଗରିବୀ ହ୍ରାସ ପାଇଁ ଅନେକ କାମ ହୋଇଛି। ଯାହା ଆଜି ସୁଫଳ ଦେଇଛି ଏବଂ ଏହା ୭୦% ରୁ କମି ଦଶ % ରେ ପହଂଚିଛି। ବିକାଶର ବିଭିନ୍ନ ସୂଚକାଙ୍କରେ ଓଡିଶା ଭଲ ପ୍ରଦର୍ଶନ କରିଛି। ବିଜେଡ଼ି ସରକାର ସମୟ ର ଭଲ କାମ ବିଷୟରେ ଲୋକ ଙ୍କୁ ସଚେତନ କରିବା ସହ ପଦଯାତ୍ରା ସମୟରେ ବିଜେପି ର ମିଛ ଲୋକଙ୍କୁ ଜଣାଇବାକୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ। ଲୋକଙ୍କ ସହିତ ସମ୍ପର୍କକୁ ଅଧିକ ମଜବୁତ କରିବାକୁ ହେବ.ଏଥିପାଇଁ ଦଳ ର ପଦଯାତ୍ରା କାର୍ଯ୍ୟକ୍ରମ ଓ ସଭ୍ୟ ସଂଗ୍ରହ ଅଭିଯାନରେ ସକ୍ରିୟ ଭାବରେ ଅଂଶ ଗ୍ରହଣ କରିବାକୁ ନବୀନ ଦଳୀୟ କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ।

ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ବୈଠକ ସଂଯୋଜନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଧାୟକ  ନିରଞ୍ଜନ ପୂଜାରୀ , ବିଧାୟକ ବ୍ୟୋମକେଶ ରାୟ ପୂର୍ବତନ ବିଧାୟକ ପ୍ରଫୁଲ୍ଲ ସାମଲ,ପଦ୍ମନାଭ ବେହେରା ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଜଗନ୍ନାଥ ସ୍ୱାଇଁ ମଧୁ ହୋତା, ସୋନପୁରଜିଲ୍ଲା ପରିଷଦ ସଭାପତି, ପୌରପରିଷଦ ଓ ଦୁଇ ଜିଲ୍ଲାର ବରିଷ୍ଠ ନେତୃ ମଣ୍ଡଳୀ ଅଂଶଗ୍ରହଣ କରିଥିଲେ।

Leave A Reply

Your email address will not be published.