thelifelinemedia
Latest Odisha News, Breaking News Today

ଓଡିଶାକୁ ପୁଞ୍ଜି ଆଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ: ଶିଳ୍ପାୟାନ ପାଇଁ ପୁଞ୍ଜି ନିବେଶକାରୀଙ୍କ ସହ କରିବେ ଆଲୋଚନା

ଭୁବନେଶ୍ୱର: ଓଡିଶାକୁ ପୁଞ୍ଜି ଆଣିବା ପାଇଁ ଦିଲ୍ଲୀ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଦିନ ପାଇଁ ଦିଲ୍ଲୀ ଗସ୍ତରେ ରହିବେ ମୁଖ୍ୟମନ୍ତ୍ରୀ। ଓଡିଶାକୁ ଅଧିକରୁ ଅଧିକ ପୁଞ୍ଜି ଆଣିବା ପାଇଁ ନିବେଶକାରୀ ଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ। ଆସନ୍ତା ୫ ବର୍ଷ ଓଡ଼ିଶାରେ ୫ଲକ୍ଷ କୋଟି ନିବେଶ ଯୋଜନା ରହିଛି।ମୁଖ୍ୟମନ୍ତ୍ରୀ କହିଛନ୍ତି ମୋର ଉଦ୍ୟମ ରହିବ ଓଡ଼ିଶାକୁ ବଡ଼ ସଂଖ୍ୟାରେ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା। ଦୁଇ ଦିନିଆ ଗସ୍ତରେ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବି।ଏହାସହ ଏକ ପୁଞ୍ଜିନିବେଶକାରୀଙ୍କ ସମ୍ମିଳନୀରେ ଯୋଗଦେଇ ଓଡ଼ିଶା ଆସିବା ପାଇଁ ନିବେଦନ କରିବି ।ଆସନ୍ତା ବର୍ଷ ଜାନୁଆରୀ ୨୮ ଓ ୨୯ରେ ଉତ୍କର୍ଷ ଓଡ଼ିଶା : ମେକ୍ ଇନ୍ ଓଡ଼ିଶା ୨୦୨୫ କନକ୍ଲେଭ୍ ପାଇଁ ଦିନଧାର୍ଯ୍ୟ କରାଯାଇଛି। ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ପାଇଁ ପ୍ରାଥମିକତାର ସହ ବିଭିନ୍ନ ପୁଞ୍ଜିନିବେଶକାରୀଙ୍କ ସହ ଆଲୋଚନା ହେବ। ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥ‌ିବା ସକାରାତ୍ମକ ଇକୋ ସିଷ୍ଟମ ସମ୍ବନ୍ଧରେ ଅବଗତ କରାଇବି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।ଖୁସିର କଥା ଗତ ୧୦୦ ଦିନ ଭିତରେ ୪୫ ହଜାର କୋଟିର ପୁଞ୍ଜି ଓଡ଼ିଶାକୁ ଆସି ସାରିଛି। ମୋ ସହିତ ଶିଳ୍ପ ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ରହିବେ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଓଡ଼ିଶାକୁ ଦ୍ରୁତ ଶିଳ୍ପାୟନର ପଥରେ ଆଗେଇ ନେବା ପାଇଁ ମୋର ପ୍ରଚେଷ୍ଟା ରହିବ ବୋଲି ଦିଲ୍ଲୀ ଗସ୍ତ ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.