thelifelinemedia
Latest Odisha News, Breaking News Today

ଏଥର ଭିଜିବ ପୂଜା ବଜାର!

ଆସୁଛି ଆଉ ଏକ ଲଘୁଚାପ.. ସାରା ରାଜ୍ୟରେ ବର୍ଷା

ଭୁବନେଶ୍ବର: ପ୍ରବଳ ବର୍ଷିବ । ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ-ପୂର୍ବ ବାଂଲାଦେଶ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଆସନ୍ତାକାଲି ଆଡକୁ ଲଘୁଚାପ ରୂପ ନେଇପାରେ। ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ନେଇ ସୂଚନା ଦେଇଛନ୍ତି ଆଇଏମ୍ଡି ମହାନିର୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।

ତେବେ ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତାକାଲି ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଜିଲ୍ଲାଗୁଡିକରେ ବର୍ଷା ପରିମାଣ ବଢିପାରେ। ତେବେ ଏହା ଘନିଭୂତ ହେବା କିମ୍ବା ବାତ୍ୟା ରୂପ ନେବା ନେଇ ଆଶଙ୍କା ନଥିବା କହିଛି ପାଣିପାଗ ବିଭାଗ। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.