thelifelinemedia
Latest Odisha News, Breaking News Today

ଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଏହି କଥା କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି। ନୂଆଦିଲ୍ଲୀରେ ଆମ୍ବାସଡ଼ର ମିଟ ପରେ ଗଣମାଧ୍ୟମକୁ ଏଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିରେ ଆନ୍ତର୍ଜାତିକ ସହଭାଗୀତା ଭିତ୍ତିରେ ଓଡିଶାରେ କିପରି ବିଦେଶୀ ପୁଞ୍ଜି ନିବେଶ ହୋଇ ପାରିବ ଆଜିର ଆଲୋଚନା ଫଳପ୍ରଦ ହୋଇଛି ବୋଲି ମୋହନ କହିଛନ୍ତି।ଆଗାମୀ ଦିନରେ ସେମିକଣ୍ଡକ୍ଟର, ଆଇଟି, ଗ୍ରୀନ ଏନର୍ଜି, ପେଟ୍ରୋ କେମିକାଲସ, ଇଲେକ୍ଟ୍ରୋନିକସ, ଫୁଡ ପ୍ରୋସେସିଙ୍ଗ* କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ ହେବାର ସମ୍ଭାବନା ରହିଛି। ଏହା ୨୦୩୬ରେ ସମୃଦ୍ଧ ଓଡିଶା ଏବଂ ୨୦୪୭ ରେ ବିକଶିତ ଓଡିଶା ଗଠନରେ ନିଶ୍ଚିନ୍ତ ସୁଦୃଢ ମୂଳଦୁଆ ପକାଇବ । ଯାହା ପ୍ରଧାନମନ୍ତ୍ରୀ କହିଥିଲେ ପୂର୍ବୋଦୟର ବିକାଶ ହେଲେ ଭାରତର ବିକାଶ ହେବ, ତାହା ସଫଳ ହେବ। ଓଡିଶାର ଯେଉଁ ଡବଲ ଇଞ୍ଜିନ ସରକାର ହୋଇଛି, କେନ୍ଦ୍ର ସରକାର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ *ଓଡିଶା ଏକ ଶିଳ୍ପ ହବ* ରେ ପରିଣତ ହେବାକୁ ଯାଉଛି। ଏଥିନେଇ ନିଶ୍ଚିତ ରୂପରେ ଆମକୁ ଆଜି ଏକ ସଫଳ ସଙ୍କେତ ମିଳି ପାରିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି।

Leave A Reply

Your email address will not be published.