thelifelinemedia
Latest Odisha News, Breaking News Today

‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର

ନୂଆଦିଲ୍ଲୀ:

ଜାତୀୟ ସ୍ତରରେ ସଫଳତାର ଶୀର୍ଷ ଛୁଇଁଲା ଓଡ଼ିଆ ଚଳଚିତ୍ର ଦମନ। ଆଜି ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାରରେ ୨୦୨୨ରେ ରିଲିଜ ହୋଇଥିବା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଫିଚର ଫିଲ୍ମ ଭାବେ ସମ୍ମାନ ପ୍ରଦାନ କରାଯାଇଛି। ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ଦମନ’କୁ ମିଳିଲା ଜାତୀୟ ପୁରସ୍କାର। ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ‘ଦମନ’ ପ୍ରଯୋଜକ ଓ ୨ ନିର୍ଦ୍ଦେଶକ।

ସୂଚନା ଅନୁସାରେ, ବିଶାଳ ମୌର୍ଯ୍ୟ ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ଦମନ ୨୦୨୨ ମସିହା ନଭେମ୍ବର ୪ ତାରିଖରେ ସାରା ରାଜ୍ୟରେ ମୁକ୍ତିଲାଭ କରିଥିଲା। ଏଥିରେ ମୁଖ୍ୟ ଭୂମିକାରେ ନଜର ଆସିଥିଲେ ଅଭିନେତା ବାବୁଶାନ ମହାନ୍ତି ଓ ଦୀପନ୍ୱିତ ଦାଶମହାପାତ୍ର। ଦିପେନ୍ଦ୍ର ସାମଲ ଏହାର ପ୍ରଯୋଜକ ଥିଲେ। ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଗୌରବ ଆନନ୍ଦ।

Leave A Reply

Your email address will not be published.