thelifelinemedia
Latest Odisha News, Breaking News Today

ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ : ତିନିଦିନିଆ ଗସ୍ତରେ ରହିଛି ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତିନିଦିନିଆ ଓଡିଶା ଗସ୍ତରେ ଆସିବେ ରାଷ୍ଟ୍ରପତି। ଚଳିତମାସ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ମୁର୍ମୁ ୩ ଦିନିଆ କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ମୟୂରଭଞ୍ଜ, ପୁରୀ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।ଏଥିପାଇଁ ତମାମ ବ୍ୟବସ୍ଥା କରାଯାଇଛି।

ତେବେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତର ଗୁରୁତ୍ତ୍ୱ ଅଧିକ ରହିଛି। ଆସନ୍ତା ୨୪ ରେ ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ ରହିଛି।ସେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବା ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପୁରୀ ଏସପି ବିନୀତ ଅଗ୍ରୱାଲ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ଯାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।ରାଷ୍ଟ୍ରପତିଙ୍କ ୫୦ ମିନିଟର କାର୍ଯ୍ୟକ୍ରମ ରହିଛି।ସେ ତାଳବଣିଆ ସ୍ଥିତ ହେଲିପ୍ୟାଡ଼ରେ ପହଞ୍ଚିବା ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ।ପ୍ରୋଟୋକଲ ଅନୁଯାୟୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସନ୍ତା ୧୮ ତାରିଖରେ ଛତିଶା ନିଯୋଗ ବୈଠକ ଅନୁଷ୍ଠିତ ହେବ।ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ବର୍ଷ ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଅନୁଷ୍ଠିତ ହେବ।ଏହି ଉତ୍ସଵରେ ରାଷ୍ଟ୍ରପତିଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ଉପ ମୁଖ୍ୟମନ୍ତ୍ରୀ ,ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ,ପୁରୀ ସାଂସଦ ପ୍ରମୁଖ ଯୋଗ ଦେବେ।ଉଦ୍ଘାଟନୀ ଉତ୍ସବରେ ସ୍ମରଣିକା ଉନ୍ମୋଚିତ ହେବା ସହ ଦେଶ ,ବିଦେଶରେ ପ୍ରତିଷ୍ଠା ଲାଭ କରିଥିବା କଲେଜର ପୁରାତନ ଛାତ୍ର ଓ ଆଲୁମିନିଙ୍କୁ ସମ୍ବର୍ଦ୍ଧିତ କରାଯିବ।ଏଥିସହ କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ସହଯୋଗରେ ଆୟୁର୍ବେଦ ପର୍ବ ଅନୁଷ୍ଠିତ ହେବ। ଦେଶର ବିଭିନ୍ନ ସ୍ଥାନରୁ ପ୍ରତିଷ୍ଠିତ ୪୦ ଜଣଙ୍କୁ ନେଇ ପୁରାତନ ଓ ଆଧୁନିକ ଆୟୁର୍ବେଦକୁ ନେଇ ସେମିନାର,ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, ପ୍ରଦର୍ଶନୀ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ ବୋଲି କଲେଜର ଅଧ୍ୟକ୍ଷ କହିଛନ୍ତି।

Leave A Reply

Your email address will not be published.