thelifelinemedia
Latest Odisha News, Breaking News Today

କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ଚେତାବନୀ:କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କଳାବଜାରୀଙ୍କୁ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଚେତାବନୀ। ସମ୍ଭାବ୍ୟ ବାତ୍ୟାକୁ ଦେଖି ତାଗିଦ କରିଛନ୍ତି ମନ୍ତ୍ରୀ। ଅସାଧୁ ବ୍ୟବସାୟୀ କଳାବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଖାଦ୍ୟ ସାମଗ୍ରୀ ମହଜୁଦ ସ୍ଥାନ ଉପରେ ନଜର ରଖିବା ପାଇଁ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ। ଆସନ୍ନ ବାତ୍ୟା ପାଇଁ ଯେପରି କଳାବଜାରୀ ନହୁଏ, ସେଥିପାଇଁ ନଜର ରଖିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଚଳିତ ୨୦୨୪-୨୫ ବର୍ଷ ପାଇଁ କଟକ ଜିଲ୍ଲାରେ ଧାନ କ୍ରୟ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ କଟକ ଜିଲ୍ଲାର ସମସ୍ତ ବିଧାୟକ ଯୋଗଦେଇଛନ୍ତି। ଚଳିତ ଖରିଫ ଋତୁରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ ଶହ ଟଙ୍କା ଲେଖାଏଁ ଚାଷୀମାନଙ୍କୁ ପ୍ରଦାନ କରାଯିବ। ତା’ପୂର୍ବରୁ ଯୋଗାଣ ମନ୍ତ୍ରୀ କହିଛନ୍ତି, ଚାଷୀଙ୍କ ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଯିବ। ସେହି ସମୟରେ ଅସାଧୁ ବେପାରୀଙ୍କୁ କିଛି ଅଫିସର ଦୁର୍ନୀତି କରିବାକୁ ସୁଯୋଗ ଦେଉଛନ୍ତି। ତେବେ ଅଫିସରମାନେ ସଜାଗ ରୁହନ୍ତୁ, ନଚେତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.