thelifelinemedia
Latest Odisha News, Breaking News Today

ସୃଷ୍ଟି ହେଲା ଅବପାତ: ଅବପାତରେ ପରିଣତ ହେଲା ୱେଲ ମାର୍କ ଲୋ ପ୍ରେସର

ଭୁବନେଶ୍ୱର: ସୃଷ୍ଟି ହେଲା ଅବପାତ। ଗତ କାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଆଜି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତ ରେ ପରିଣତ ହୋଇଛି ତଥା ଏହା ପାରାଦ୍ୱୀପ ଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କିମି ଦୂରତାରେ କେନ୍ଦ୍ରୀଭୂତ ଅଛି। ଆଜି ସନ୍ଧ୍ୟା ସୁଦ୍ଧା ନେବ ଗଭୀର ଅବପାତର ରୂପ ନେବ ଅବପାତ। ପାରାଦୀପ ଠାରୁ ୭୩୦ କିମି ଦକ୍ଷିଣ-ଦକ୍ଷିଣ-ପୂର୍ବରେ ଏବଂ ସାଗର ଦୀପରୁ ୭୭୦ କିମି ଦକ୍ଷିଣ ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି ଅବପାତ। ବର୍ତ୍ତମାନ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ଅବପାତ କାଲି ସକାଳ ସୁଦ୍ଧା ନେବ ବାତ୍ୟାର ରୂପ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା। ପରେ ଉତ୍ତର ପଶ୍ଚିମ ଦିଗରେ ଗତିକରି ଭୀଷଣ ବାତ୍ୟାରେ ପରିଣତ ହେବ। ୨୪ ରାତି କିମ୍ବା ୨୫ ସକାଳ ଲ୍ୟାଣ୍ଡଫଲ କରିବ ଭୀଷଣ ବାତ୍ୟା ଦାନା। ଲ୍ୟାଣ୍ଡଫଲ କରିବା ସମୟରେ ଘଣ୍ଟାପ୍ରତି ବହିବ ୧୦୦ ରୁ ୧୧୦ କିମି ବେଗରେ ପବନ ହେବା ନେଇ ଆକଳନ କରାଯାଇଛି।

Leave A Reply

Your email address will not be published.