thelifelinemedia
Latest Odisha News, Breaking News Today

ବଢିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା: ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା 

ଭୁବନେଶ୍ୱର:ବଢ଼ିଲା ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି। ଏହାଦ୍ୱାରା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୦ ପ୍ରତିଶତରୁ ୫୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୪ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଅକ୍ଟୋବର ମାସ ଦରମାରେ ନଗଦ ଆକାରରେ ମିଳିବ।

ଏହା ସହ ପେନ୍‌ସନଭୋଗୀଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି। ପେନ୍‌ସନଭୋଗୀମାନଙ୍କୁ ମଧ୍ୟ ଅନୁରୂପ ଭାବେ ଅକ୍ଟୋବର ମାସ ପେନ୍‌ସନରେ ଏହି ବର୍ଦ୍ଧିତ ଟି.ଆଇ ମିଳିବ। ଏହାଦ୍ୱାରା ପ୍ରାୟ ସାଢ଼େ ସାତ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌ସନଭୋଗୀ ଉପକୃତ ହେବେ।

Leave A Reply

Your email address will not be published.