thelifelinemedia
Latest Odisha News, Breaking News Today

ବାତ୍ୟା ପାଇଁ ସ୍କୁଲ୍ ଛୁଟି: ୧୪ ଜିଲ୍ଲାରେ ତିନି ଦିନ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ସମ୍ଭାବ୍ଯ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଭାବିତ ହେବାକୁ ଥିବା ଜିଲ୍ଲା ଗୁଡିକରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ୧୪ ଜିଲ୍ଲାର ସମସ୍ତ ବିଦ୍ୟାଳୟ ଚଳିତ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଲାଗି ବନ୍ଦ ରହିବ। ସେହି ଜିଲ୍ଲା ଗୁଡିକ ହେଉଛି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼ ଏବଂ କଟକ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଉପରୋକ୍ତ ୧୪ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସମ୍ଭାବ୍ୟ ବାତ୍ୟା ‘ଦାନା’ ସ୍ଥଳ ଭାଗ ଛୁଇଁବାବେଳେ ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କିମି ରହିପାରେ ବୋଲି କୁହାଯାଇଛି। ତେଣୁ ତାକୁ ଆଖି ଆଗରେ ରଖି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ସେହିପରି ଜିଲ୍ଲାପାଳ ମାନଙ୍କୁ ଅଧିକୃତ କ୍ଷମତା ଦିଆଯାଇଛି। ପରିସ୍ଥିତିକୁ ଦେଖି ସେମାନେ ସ୍କୁଲ ଛୁଟି ଘୋଷଣା କରି ପାରିବେ ବୋଲି ରାଜ୍ୟ ସରକାର କହିଛନ୍ତି।

Leave A Reply

Your email address will not be published.