thelifelinemedia
Latest Odisha News, Breaking News Today

ପୁରୀରେ ପର୍ଯ୍ୟଟକଙ୍କ ପାଇଁ ଥିବା କଟକଣା ହଟିଲା: ଏଣିକି ବିନା ବାଧାରେ ପୁରୀ ଆସି ପାରିବେ ପର୍ଯ୍ୟଟକ 

ପୁରୀ: ବାତ୍ୟା ଦାନା ପରିପ୍ରେକ୍ଷୀରେ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକ ମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା। ତେବେ ବାତ୍ୟା ଲ୍ୟାଣ୍ଡ ଫଲ କରି ସାରିଥିବା ବେଳେ ପୁରୀକୁ ଏତେ ଅଧିକ ପ୍ରଭାବିତ କରିନାହିଁ।ତେଣୁ ବର୍ତ୍ତମାନ ପର୍ଯ୍ୟଟକ ମାନଙ୍କ ପାଇଁ ଥିବା କଟକଣା କୁ ପ୍ରଶାସନ ପ୍ରତ୍ୟାହାର କରିନେଇଛନ୍ତି। କୋଣାର୍କ ସୂର୍ଯ୍ୟ ମନ୍ଦିରକୁ ମଧ୍ୟ ରହିଥିବା ଦର୍ଶନ କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି ବୋଲି ଜିଲ୍ଲପାଳ କହିଛନ୍ତି। ବର୍ତ୍ତମାନ ପର୍ଯ୍ୟଟକ ଓ ଶ୍ରଦ୍ଧାଳୁ ମାନେ ପୂର୍ବ ଭଳି ମହାପ୍ରଭୁଙ୍କ ଦର୍ଶନ, ସୂର୍ଯ୍ୟ ମନ୍ଦିର ଦର୍ଶନ କରିପାରିବେ ଓ ସମୁଦ୍ର କୂଳ ଇତ୍ୟାଦି ବୁଲି ପାରିବେ। ତେବେ ସମୁଦ୍ର ଏବେବି ଅଶାନ୍ତ ରହିଥିବାରୁ ପର୍ଯ୍ୟଟକ ମାନେ ସମୁଦ୍ର ମଧ୍ୟକୁ ନ ଯିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି। ସ୍ଥିତି ସ୍ୱାଭାବିକ ଅବସ୍ଥାକୁ ଆସିଲେ ହେଁ ଜନ ସାଧାରଣ ସତର୍କ ଓ ସଚେତନ ରହିବାକୁ ପଡିବ ବୋଲି ପରାମର୍ଶ ଦିଆଯାଇଛି। ବର୍ଷା ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ସମୁଦ୍ରରେ ଗାଧୋଇବା ବେଳେ ସତର୍କ ରହିବା ଜରୁରୀ ବୋଲି କୁହାଯାଇଛି।ଏ ସମ୍ପର୍କରେ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇ ଶ୍ରୀ ସ୍ବାଇଁ କହିଛନ୍ତି ଯେ ଜିଲ୍ଲାରେ ବାତ୍ୟାର ପ୍ରଭାବ ଏତେ ବ୍ୟାପକ ହୋଇ ନାହିଁ କିମ୍ବା ଅଧିକ ବର୍ଷା ମଧ୍ୟ ହୋଇ ନାହିଁ। କିନ୍ତୁ ଆଗକୁ ବର୍ଷାର ସୂଚନା ରହିଥିବାରୁ ଜନ ସାଧାରଣ ଓ ପର୍ଯ୍ୟଟକ ସତର୍କ ରହିବାକୁ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଅନୁରୋଧ କରିଛନ୍ତି।

Leave A Reply

Your email address will not be published.