thelifelinemedia
Latest Odisha News, Breaking News Today

ଆସନ୍ତକାଲି ଆୟୁଷ୍ମାନ ଯୋଜନା ପାର୍ଟ ୨ର ହେବ ଶୁଭାରମ୍ଭ: ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡି ହେବେ ଓଡିଶାବାସୀ

ବ୍ୟୁରୋ: ଆସନ୍ତା କାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଆୟୁଷ୍ମାନ ଯୋଜନାର ପାର୍ଟ ୨ର ଶୁଭାରମ୍ଭ ହେବ। ଯେହେତୁ ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା ତେଣୁ ତାର ମୋଡ଼ାଲିଟ ବି ପ୍ରସ୍ତୁତ ହୋଇନାହିଁ। ଆମେ ଖୁବଶୀଘ୍ର ମୋଡ଼ାଲିଟ ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରିବୁ। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନାର ପାର୍ଟ ୧ ଓ ୨ ଓଡିଶାରେ ଲାଗୁ କରିବା ପାଇଁ ଆମେ ପ୍ରସ୍ତୁତି ଚଳାଇଛୁ । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ସରିଛି ଓ କେନ୍ଦ୍ର ସରକାରଙ୍କ ସହ ଆଲୋଚନା ଚାଲିଛି । ଏଇ ଆର୍ଥକ ବର୍ଷ ଶେଷ ସୁଦ୍ଧା କାର୍ଡ ଇସ୍ୟୁ କରିବା ସହ ଯୋଜନାର ଶୁଭାରମ୍ଭ କରାଯିବ।

ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ଓଡ଼ିଶାବାସୀଙ୍କୁ କେନ୍ଦ୍ର ସରକାର ଖୁବ୍‌ ଶୀଘ୍ର ଆୟୁଷ୍ମାନ ଭାରତ ଯୋଜନା ସହ ଯୋଡ଼ିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା କାଲି ୨୯ ତାରିଖରେ ଓଡ଼ିଶାର ଲୋକଙ୍କ ପାଇଁ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀ ମୋଦୀ ଭର୍ଚୁଆଲ ମାଧ୍ୟମରେ ଏହାର ଶୁଭାରମ୍ଭ କରିବେ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହିବେ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Leave A Reply

Your email address will not be published.