ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଏହି ଲଘୁଚାପ ପ୍ରଭାବରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।