thelifelinemedia
Latest Odisha News, Breaking News Today

କାଉଣ୍ଟଡାଉନ ଆରମ୍ଭ, କାଲି ପଡିବ ଆମେରିକା ଭୋଟ

ବ୍ୟୁରୋ:ଆସନ୍ତାକାଲି ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ । କିଏ ହେବେ ଆମେରିକାର ପରବର୍ତ୍ତୀ ରାଷ୍ଟ୍ରପତି? ପୁଣି କ୍ଷମତାକୁ ଫେରିବେ କି ଡୋନାଲ୍ଡ ଟ୍ରମ୍ପ? ନା ବାଜି ମାରିନେବେ ଭାରତୀୟ ବଂଶଦ୍ଭବ କମଲା ହାରିସ । ତାଙ୍କୁ ନେଇ ଜାରି ରହିଛି ନାନା ଚର୍ଚ୍ଚା, ବଢୁଛି ଉତ୍କଣ୍ଠା । ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଆରମ୍ଭ ହୋଇଛି କାଉଣ୍ଟଡାଉନ ।

କିଛି ଘଣ୍ଟା ପରେ ହ୍ୱାଇଟ ହାଉସର ବସ୍ କିଏ ହେବ ତାହା ସ୍ପଷ୍ଟ ହେବ । ମତଦାନ ପାଇଁ କ୍ୟାମ୍ପେନର ଡେଡଲାଇନ୍ ପୂର୍ବରୁ ଶକ୍ତି ପ୍ରଦର୍ଶନ ପାଇଁ ବଳ ପ୍ରଚାର କରିଛନ୍ତି ଉପରାଷ୍ଟ୍ରପତି ତଥା ଡେମୋକ୍ରାଟିକ୍ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ କମଲା ହାରିସ ଏବଂ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ପୂର୍ବତନ ରାଷ୍ଟ୍ରପତି ତଥା ରିପବ୍ଲିକାନ୍ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ । ଏଥର ନିର୍ବାଚନରେ ବୃହତ ବ୍ୟବଧାନରେ ନିର୍ବାଚନ ଜିଣିବେ ବୋଲି ଦୁଇ ପ୍ରାର୍ଥୀ ଦୃଢ଼ ଆଶାବାଦୀ ରହିଛନ୍ତି ।

Leave A Reply

Your email address will not be published.