thelifelinemedia
Latest Odisha News, Breaking News Today

ଓଡ଼ିଶାରେ ହାତୀଙ୍କ ପାଇଁ ଜାଗା ଅଭାବ: ଅଧିକ ହାତୀ ଥିବାରୁ ହାତୀଙ୍କ ପାଇଁ ସୃଷ୍ଟି ହୋଇଛି ଖାଦ୍ୟାଭାବ ଓ ଜଳାଭାବ

ଭୁବନେଶ୍ୱର: ଓଡିଶାରେ ହାତୀଙ୍କ ପାଇଁ ଜାଗା ନାହିଁ। କ୍ଷମତା ଅନୁସାରେ ରାଜ୍ୟରେ ଅଧିକ ସଂଖ୍ୟକ ହାତୀ ରହିଛନ୍ତି।ଯେତିକି ହାତୀ ରହି ପାରିବା କଥା ତାହାଠୁ ୪୦୦ ଅଧିକ ଅଛନ୍ତି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ।ବାଙ୍ଗାଲୋର ସ୍ଥିତ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ସାଇନ୍ସେସର ଏଲିଫ୍ୟାଣ୍ଟ ସେଣ୍ଟର ଷ୍ଟଡି ଅନୁସାରେ, ଓଡ଼ିଶା ଜଙ୍ଗଲରେ ସର୍ବାଧିକ ୧୭୦୦ ହାତୀ ରହିପାରିବେ। କିନ୍ତୁ ଏବେ ୪୦୦ ହାତୀ ଅଧିକ ଅର୍ଥାତ୍ ୨୧ ଶହ ହାତୀ ଅଛନ୍ତି। ସେଇଥିପାଇଁ ଖାଦ୍ୟ ଅନ୍ୱେଷଣ ରେ ଜନବସତିମୁହାଁ ହେଉଛନ୍ତି ହାତୀ। ହାତୀ- ମଣିଷ ଲଢ଼େଇ ବଢ଼ୁଛି । ଖାଦ୍ୟ ଅଭାବରୁ ହାତୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବି କମୁଛି। ବିଦ୍ୟୁତ୍ ଆଘାତ ଓ ଟ୍ରେନ୍ ଦୁର୍ଘଟଣାରେ ମଧ୍ୟ ହାତୀଙ୍କ ଜୀବନ ଯାଉଛି । ଭୁଲ ବୁଝାମଣା ପାଇଁ ରାଉରକେଲା ଓ ମେରାମଣ୍ଡଳିରେ ଟ୍ରେନ ଦୁର୍ଘଟଣାରେ ହାତୀ ଙ୍କ ଜୀବନ ଯାଇଥିଲା । ଓଡ଼ିଶା ଜଙ୍ଗଲରେ ଅଧିକ ହାତୀ ଥିବାରୁ ବିଶେଷଜ୍ଞଙ୍କ ପରାମର୍ଶରେ କିଛି ହାତୀ ଶିମିଳିପାଳ ସ୍ଥାନାନ୍ତର ପାଇଁ ଯୋଜନା ଚାଲିଛି ସ୍ଥାନାନ୍ତର ପୂର୍ବରୁ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧି ଙ୍କ ସହ ଆଲୋଚନା କରାଯିବ। ଏବେ ରାଜ୍ୟକୁ ଆସୁଛନ୍ତି ଝାଡ଼ଖଣ୍ଡି ଓ ଛତିଶଗଡି ହାତୀ । ରାଜ୍ୟରେ ହାତୀଙ୍କ ବାସ୍ତବ ସଂଖ୍ୟା ଜାଣିବାକୁ ନଭେମ୍ବର ୧୪ ଓ ୧୫ ଦୁଇ ଦିନ ଧରି ଚାଲିବ ହାତୀ ଗଣନା। ଏବେ ହାତୀଙ୍କ ଗତିବିଧି ଉପରେ ନଜର ରଖାଯାଇଛି। ପୂର୍ଣ୍ଣମୀ ରାତିରେ ସେମାନଙ୍କର ଫଟୋ ଓ ଭିଡ଼ିଓ ଉତ୍ତୋଳନ କରି ସେମାନଙ୍କ ଗଣନା କରାଯିବ ବୋଲି ବନ୍ୟପ୍ରାଣୀ ପିସିସିଏଫ ସୁଶାନ୍ତ ନନ୍ଦ କହିଛନ୍ତି।

Leave A Reply

Your email address will not be published.