ଓଡ଼ିଶା ହେବ ମିଲେଟ ହବ୍ : ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଓ ବ୍ୟବହାର ବୃଦ୍ଧି ଉପରେ ଗୁରୁତ୍ତ୍ୱ

ଭୁବନେଶ୍ୱର: ଓଡିଶା ହେବ ମିଲେଟ ହବ। ଭାରତ ର ମିଲେଟ ହବ ଓଡିଶା ହେବ। ଦୁଇ ଦିନିଆ ‘ଅନ୍ତର୍ଜାତୀୟ ଶ୍ରୀ ଅନ୍ନ ଓ ବିସ୍ମୃତ ଖାଦ୍ୟ ସମ୍ମିଳନୀ’କୁ ଉଦ୍ଘାଟନ କରି ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କହିଛନ୍ତି ରାଜ୍ୟରେ ମିଲେଟ ଜାତୀୟ ଫସଲର ଉତ୍ପାଦନ ଏବଂ ବ୍ୟବହାରକୁ ବୃଦ୍ଧି କରିବା ସହ ଓଡ଼ିଶାକୁ ଭାରତର ମିଲେଟ ହବ୍ ରେ ପରିଣତ କରାଯିବ । ଏଥିପାଇଁ ଚଳିତ ବର୍ଷ ବଜେଟରେ ୬୪୯ କୋଟି ଟଙ୍କାର ପ୍ରାବଧାନ କରାଯାଇଛି ବୋଲି ସେ କହିଥିଲେ।ଏହା ସହିତ ମାଣବସା ଗୁରୁବାରରେ ମାଣ୍ଡିଆକୁ ଭୋଗ ଲାଗି କରିବା ପାଇଁ ମୁଖ୍ୟମନ୍ତ୍ରୀ ମା’ମାନଙ୍କୁ ଅନୁରୋଧ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପୁଷ୍ଟିଶସ୍ୟ ଓ ଚାଷ ପ୍ରଣାଳୀ ଆମ ଆଦିବାସୀ ଜନଜାତି ସମ୍ପ୍ରଦାୟଙ୍କ ଐତିହ୍ୟର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଛି। ଓଡିଶାରେ ମାଣ୍ଡିଆ ସବୁଠାରୁ ଅଧିକ ଉତ୍ପାଦନ ହେଉଥିବା ବେଳେ ସୁଆଁ, କାଙ୍ଗୁ, କୋଦ, ଜହ୍ନା ପରି ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଫସଲ ମଧ୍ୟ ବହୁଳ ଭାବେ ଚାଷ କରାଯାଉଛି। ମାଣ୍ଡିଆକୁ ସ୍ୱାଦିଷ୍ଟ କରିବା ପାଇଁ ନୂଆ ନୂଆ ପ୍ରକାର ବ୍ୟଞ୍ଜନ ଓ ନୂଆ ପ୍ରକାର ବ୍ୟଞ୍ଜନ ଶୈଳୀକୁ ଘରେ ଘରେ ପହଞ୍ଚାଇବା ପାଇଁ ଫୁଡ୍ ବ୍ଲଗରମାନଙ୍କୁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି ।