ଋତୁସ୍ରାବ ଛୁଟି ନେଇପାରିବେ ସରକାରୀ ମହିଳା କର୍ମଚାରୀ: ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ବିଜ୍ଞପ୍ତି

ଭୁବନେଶ୍ବର:ମହିଳାଙ୍କ ମାସିକଧର୍ମ ଛୁଟି ନେଇ ରାଜ୍ୟ ସରକାରଙ୍କ ତରଫରୁ ନୂଆ ବିଜ୍ଞପ୍ତି ସାମ୍ନାକୁ ଆସିଛି। ମହିଳା କର୍ମଚାରୀଙ୍କୁ ଋତୁସ୍ରାବ ଛୁଟି ନେଇ ପୂର୍ବରୁ ଘୋଷଣା କରାଯାଇଥିବା ବେଳେ ଏବେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
ଋତୁସ୍ରାବ ପାଇଁ ବାର୍ଷିକ ୧୨ ଦିନର ଅତିରିକ୍ତ ଛୁଟି ନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ତେବେ ସରକାରୀ ମହିଳା କର୍ମଚାରୀ ୫୫ ବର୍ଷ ପୂରଣ ଯାଏଁ ଛୁଟି ନେଇପାରିବେ। ଗୋଟିଏ ମାସରେ ଗୋଟିଏ ଦିନହିଁ ଛୁଟି ମିଳିପାରିବ। ଅଣ ଉପଲବ୍ଧ ଛୁଟି ପରବର୍ତ୍ତୀ ମାସକୁ ଯାଇପାରିବ ନାହିଁ ବୋଲି ବିଜ୍ଞପ୍ତିରେ ସ୍ବଷ୍ଟ ଭାବେ ଉଲ୍ଲେଖ କରାଯାଇଛି।
ସୂଚନାଯୋଗ୍ୟ, ମହିଳାଙ୍କୁ ଋତୁସ୍ରାବ ଛୁଟି ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗତ ଅଗଷ୍ଟ ମାସରେ ଗୁରୁତ୍ବପୂର୍ଣ୍ଣ ଘୋଷଣା କରିଥିଲେ। ଉଭୟ ଘରୋଇ ଏବଂ ସରକାରୀ ମହିଳା କର୍ମଚାରୀଙ୍କ ପାଇଁ ଏହି ସୁବିଧା ଉପଲବ୍ଧ ହେବ ବୋଲି କୁହାଯାଇଥିଲା। ପୂର୍ବରୁ ମଧ୍ୟ ଋତୁସ୍ରାବ ଛୁଟି ଅନେକ ଦେଶରେ ଲାଗୁ ହୋଇଛି।