thelifelinemedia
Latest Odisha News, Breaking News Today

ରାଜ୍ୟରେ ହାଲୁକା ବର୍ଷା ସମ୍ଭାବନା:କିଛି ସ୍ଥାନରେ ପ୍ରବଳ ବର୍ଷା ଅନୁମାନ

ଭୁବନେଶ୍ୱର:ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଦ୍ବାରା ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର ଏବଂ ମୟୂରଭଞ୍ଜ ସମେତ ଉପକୂଳ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

ଏହି ସମୟ ମଧ୍ୟରେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି। ସେହିଭଳି କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାକୁ ଥିବା ବେଳେ ମଙ୍ଗଳବାର ଦିନ ଅନ୍ୟାନ୍ୟ ଅଞ୍ଚଳରେ ଶୁଖିଲା ପାଗ ରହିବ।

ସେହିପରି ଆସନ୍ତା ପାଞ୍ଚ ଦିନ ମଧ୍ୟରେ ରାଜ୍ୟରେ ସର୍ବନିମ୍ନ ଏବଂ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

Leave A Reply

Your email address will not be published.