ରାଜ୍ୟରେ ବଢିବ ଶୀତ

ଭୁବନେଶ୍ୱର: ନଭେମ୍ବର ୧୬ରୁ ରାଜ୍ୟରେ ଶୀତ ବଢ଼ିବାର ସମ୍ଭାବନା ରହିଛି। ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହିତ ଥଣ୍ଡା ସାଙ୍ଗକୁ କୋହଲା ପାଗ ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟର ଆଭ୍ୟନ୍ତରୀଣ ଅଞ୍ଚଳର ତାପମାତ୍ରା ପ୍ରାୟ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି।
ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ହାଲକା ବର୍ଷା ହୋଇପାରେ। ବୁଧବାର ରାତିରେ ରାଜ୍ୟର ଜି ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରୀ ସେଲସିୟସରେ ରେକର୍ଡ କରାଯାଇଛି।
ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ଅନୁଯାୟୀ, ଉତ୍ତରା ପବନ ପ୍ରବାହିତ ହେଉ ନ ଥିବାରୁ ଶୀତ ଲହର ରାଜ୍ୟରେ ସ୍ଥିର ହୋଇନାହିଁ। ଯଦିଓ ଶୀତଦିନ ଆରମ୍ଭ ହୋଇସାରିଛି, କିନ୍ତୁ ରାଜ୍ୟରେ ଶୀତ ଲହର ଏପର୍ଯ୍ୟନ୍ତ ବଢ଼ି ନାହିଁ।