ଆରପାରିରେ ସମୀର ଦେ: ବରିଷ୍ଠ ବିଜେପି ନେତାଙ୍କ ପରଲୋକ

କଟକ:ବିଜେପିର ବରିଷ୍ଠ ନେତା ସମୀର ଦେଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଲମ୍ବା ସମୟ ଧରି ଅସୁସ୍ଥ ଥାଇ ସେ କଟକର ଘରୋଇ ହସ୍ପିଟାଲରେ ଚିକତ୍ସା ହେଉଥିଲେ। ଆଜି ଦିନ ୨.୩୦ରେ ତାଙ୍କର ଦେହାନ୍ତ ହୋଇଥିବା ମେଡିକାଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ୬୭ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳି ଯାଇଛି।
କଟକର ଟାଣୁଆ ନେତା ତଥା ପୂର୍ବତନ ନଗର ଉନ୍ନୟନ ଓ ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ନିମୋନିଆ, କିଡ୍ନୀ, ରକ୍ତଚାପ ଜନିତ ରୋଗରେ ଆକ୍ରାନ୍ତ ହୋଇଥିଲେ। ଡାକ୍ତରଙ୍କ ଆପ୍ରାଣ ଉଦ୍ୟମ ସତ୍ତ୍ୱେ ଆଜି ଆଖି ବୁଜିଛନ୍ତି ବିଜେପିର ଏହି ଭେଟ୍ରାନ୍ ନେତା। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି।