thelifelinemedia
Latest Odisha News, Breaking News Today

ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ ସମୀର ଦେ 

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ସମୀର ଦେ’ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ଦେ ଜଣେ ଲୋକପ୍ରିୟ ଜନ ନେତା ଓ ଦୃଢ଼ ସଂଗଠକ ଥିଲେ। ଉଚ୍ଚ ଶିକ୍ଷା ଓ ନଗର ଉନ୍ନୟନ ମନ୍ତ୍ରୀ ଭାବରେ ସେ ରାଜ୍ୟର ବିକାଶରେ ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କର ମିଷ୍ଟଭାଷୀ ବ୍ୟକ୍ତିତ୍ଵ ପାଇଁ ସେ ସବୁ ବର୍ଗର ଲୋକଙ୍କର ପ୍ରିୟପାତ୍ର ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କଟକ ସହର ସହିତ ସାରା ଓଡ଼ିଶାରେ ଭାରତୀୟ ଜନତା ପାର୍ଟିର ସଂଗଠନକୁ ସୁଦୃଢ କରିବାରେ ତାଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ତାଙ୍କର ଶେଷ କୃତ୍ୟ ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ଅନୁଷ୍ଠିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ପରିବାର ବର୍ଗଙ୍କ ପ୍ରତି ସମ ବେଦନା ପ୍ରକାଶ କରିଛନ୍ତି।

ସୂଚନା ଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ଯେତେବେଳେ କଟକ ଗସ୍ତରେ ଯାଆନ୍ତି, ସେତେବେଳେ ସେ ଅସୁସ୍ଥ ସମୀର ଦେ ଙ୍କୁ ଭେଟି ଥାଆନ୍ତି। ନିକଟରେ ବାଲିଯାତ୍ରା ପାଇଁ କଟକ ଯାଇଥିବା ବେଳେ, ମୁଖ୍ୟମନ୍ତ୍ରୀ ସମୀର ଦେଙ୍କୁ ଏକ ଘରୋଇ ହସ୍ପିଟାଲରେ ଭେଟିଥିଲେ।

Leave A Reply

Your email address will not be published.