thelifelinemedia
Latest Odisha News, Breaking News Today

ଖସୁଛି ପାରଦ, ଡିସେମ୍ବରରେ ଆହୁରି ଥରାଇବ 

ଭୁବନେଶ୍ଵର: ଖସୁଛି ପାରଦ ଆଉ ବଢୁଛି ଜାଡ। ରାଜ୍ୟରେ ତଳମୁହାଁ ହେଉଛି ରାତିର ତାପମାତ୍ରା। ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ବଢିଥିବା ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ଘନ କୁହୁଡି ସହିତ ପ୍ରବଳ ଥଣ୍ଡା ଅନୁଭୁତ ହେଉଛି । ତେବେ ଆସନ୍ତା ୪ଦିନ ଯାଏ ରାଜ୍ୟରେ ଶୀତ ପ୍ରକୋପ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ସେହିପରି ଘନ କୁହୁଡି ନେଇ ମଧ୍ୟ ସତର୍କତା ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ବରଗଡ଼, କନ୍ଧମାଳ ଏବଂ କଳାହାଣ୍ଡିରେ ମଧ୍ୟମ ଧରଣର କୁହୁଡିର ସମ୍ଭାବନା ରହିଛି। ବର୍ତ୍ତମାନ ରାତିର ତାପମାତ୍ରା ସ୍ବାଭାବିକ ଠାରୁ ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ରହିଛି।

ଜି ଉଦୟଗିରିରେ ପାରଦ ସବୁଠୁ କମ୍‌ ୭.୨ ଡିଗ୍ରୀ ସେଲସିୟସ୍‌କୁ ଖସିଛି । ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ସେଲସିୟସ ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୧୧.୫ ଡିଗ୍ରୀ ସେଲସିୟସ ରେକର୍ଡ ହୋଇଛି। ସେହିପରି ଭୁବନେଶ୍ବର ଏବଂ କଟକରେ ତାପମାତ୍ରା ୧୬.୦୮ଡିଗ୍ରୀ ରେକର୍ଡ ହୋଇଛି । ଅନ୍ୟପଟେ ରାଉରକେଲାରେ ୧୨.୨, ଝାରସୁଗୁଡ଼ାରେ  ୧୨.୪, ଭବାନୀପାଟଣାରେ ୧୩, କେନ୍ଦୁଝର ଓ  ସୁନ୍ଦରଗଡ଼ରେ ୧୪, ନବରଙ୍ଗପୁରରେ ୧୪.୫, ବଲାଙ୍ଗୀର  ଓ ଢେଙ୍କାନାଳରେ ୧୪.୯, ସୋନପୁରରେ ୧୫.୧,  ନୟାଗଡ଼ରେ ୧୫.୪ ଡିଗ୍ରୀ ରେକର୍ଡ ହୋଇଛି।

Leave A Reply

Your email address will not be published.