୩ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି। ଆସନ୍ତା ଡିସେମ୍ବର ୩ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବେ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଅବତରଣ କରିବେ ବୋଲି ପ୍ରକାଶିତ ଗସ୍ତ ସୂଚୀରୁ ଜଣାପଡ଼ିଛି। ୩ରୁ ୭ ତାରିଖ ଯାଏ ସେ ଓଡ଼ିଶା ଗସ୍ତରେ ରହିବେ।
୪ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନେଭି ଡେ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହିପରି ୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ବର କୋର୍ଟର ନୂଆ ବିଲ୍ଡିଂ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଡିସେମ୍ବର ୬ ତାରିଖରେ ରାଷ୍ଟ୍ରପତି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ।
କାର୍ଯ୍ୟକ୍ରମ ସୂଚୀ ଅନୁସାରେ, ଭୁବନେଶ୍ବର ଓ ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ୩ ଦିନ ଧରି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଯୋଗଦେବା ପରେ ୬ ତାରିଖରେ ବିଜୁ ପଟ୍ଟନାୟକ ବିମାନ ବନ୍ଦରରୁ ବିମାନ ଯୋଗେ ପଶ୍ଚିମବଙ୍ଗରେ ଥିବା ପ୍ରତିରକ୍ଷା ବିଭାଗ କଲେଇକୁଣ୍ତା ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ ସ୍ବତନ୍ତ୍ର ହେଲିକେପ୍ଟର ଯୋଗେ ମୟୂରଭଞ୍ଜ ଜିଲ୍ଲା କୁସୁମୀ ବ୍ଲକ୍ ରଙ୍ଗାମାଟିଆ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରି ନିଜ ଜନ୍ମମାଟି ଉପରବେଡ଼ା ଗାଁକୁ ଯିବେ।