thelifelinemedia
Latest Odisha News, Breaking News Today

ଚାଷୀ ପାଇଲେ ଇନପୁଟ ସବସିଡି: ବରଗଡ଼ ସୋହେଲା ସମାବେଶରୁ ଇନପୁଟ ସବସିଡି ଦେଲେ ମୁଖ୍ୟମନ୍ତ୍ରୀ

ବରଗଡ:ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ସାଧାରଣ ଲୋକଙ୍କ ସମସ୍ୟା ଶୁଣି ଲୋକଙ୍କ ସରକାର ଆଖ୍ୟା ପାଇଥିଲେ। ମା ମାନଙ୍କୁ ସୁଭଦ୍ରା ଯୋଜନାରେ ସହାୟତା ଦେଇ ମା ମାନଙ୍କ ସରକାର ଭାବେ ମଧ୍ୟ ସୁନାମ କରିଥିଲେ। ଆଜି ଚାଷୀ ମାନଙ୍କୁ ଧାନ କ୍ଵିଣ୍ଟାଲ ପିଛା ୮୦୦ ଟଙ୍କା ଇନପୁଟ ସବସିଡି ଦେଇ, ସରକାର ହୋଇଛନ୍ତି ‘ଚାଷୀଙ୍କ ସରକାର’।

ବରଗଡର ସୋହେଲାରେ ଉତ୍ସବର ସମାବେଶ। ଚାଷୀ ଭାଇମାନଙ୍କ ମଧ୍ୟରେ ଆଜି ଖୁସିର ଲହର । ଲୋକଙ୍କ ସରକାର ଆଜି ଚାଷୀ ଭାଇ ମାନଙ୍କୁ ଦେଉଛନ୍ତି ସେମାନଙ୍କ ପରିଶ୍ରମର ମୂଲ୍ୟ। ଚାଷୀମାନଙ୍କୁ ଦେଇଥିବା ପ୍ରତିଶ୍ରୁତି ଅନୁଯାୟୀ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ଧାନର ସର୍ବନିମ୍ନ ମୂଲ୍ୟ ୨୩୦୦ ଟଙ୍କା ଉପରେ ଆଜି ଅତିରିକ୍ତ ୮୦୦ ଟଙ୍କା ଇନ୍‌ପୁଟ ସବ୍‌ସିଡି ପ୍ରଦାନର ଶୁଭାରମ୍ଭ କରିଛନ୍ତି। ଚାଷୀମାନେ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କା ପାଇଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜୁନ୍ ୧୨ ତାରିଖରେ ଆମ ସରକାର ଗଠନ ହେବା ପରେ ପ୍ରଥମ କ୍ୟାବିନେଟରେ ଯେଉଁ ଚାରିଟି ପ୍ରମୁଖ ନିଷ୍ପତ୍ତି ନେଇଥିଲେ, ସେ ସବୁ ନିଷ୍ପତ୍ତି ୬ ମାସ ମଧ୍ୟରେ ପୂରଣ କରାଗଲା ।

Leave A Reply

Your email address will not be published.