thelifelinemedia
Latest Odisha News, Breaking News Today

ସୁଭଦ୍ରା ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର: ନୂଆବର୍ଷରେ ମିଳିବ କିସ୍ତି 

ଭୁବନେଶ୍ୱର:ସୁଭଦ୍ରା ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର।ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖାଯାଇଛି। ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନଥିବାରୁ ମିଳିବାକୁ ଥିବା ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଛନ୍ତି ସରକାର।ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ସ୍ଥଗିତ ରହିଥିବା ନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାର ଶେଷ ସୁଯୋଗ ଦେଇଛନ୍ତି। ଏହି ସମୟ ମଧ୍ୟରେ ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀମାନେ ସେମାନଙ୍କ କାମ ସାରିବାକୁ ପଡିବ।

E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ ସୁଭଦ୍ରା ଯାଞ୍ଚ ପ୍ରକ୍ରିୟା ଶେଷ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି। ଏ ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏ ନେଇ ସୂଚନା ଦେଇଛନ୍ତି।

Leave A Reply

Your email address will not be published.