ବିଜେଡି ଛାଡ଼ି ବିଜେପିରେ ଯୋଗଦେଲେ ଧର୍ମଶାଳା ନିର୍ବାଚନମଣ୍ଡଳୀର ନିର୍ବାଚିତ ଜନପ୍ରତିନିଧି

ଭୁବନେଶ୍ୱର:ଦିନକୁ ଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି। ବିଜେପି ଉପରେ ଆସ୍ଥା ଓ ବିଶ୍ୱାସ ପ୍ରକଟ କରି ଧର୍ମଶାଳା ନିର୍ବାଚନ ମଣ୍ଡଳୀର ୨୦ ସରପଂଚ ଓ ୨୧ ପଂଚାୟତ ସମିତି ସଦସ୍ୟଙ୍କ ସମେତ ବିଜେଡି ନେତୃବୃନ୍ଦ ଓ କାର୍ଯ୍ୟକର୍ତାଙ୍କ ବିଜେପିରେ ଯୋଗଦାନ କରିଛନ୍ତି।
ବିଜେପିର ନୂଆ ସରକାରକୁ ନେଇ ଓଡ଼ିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡ଼ିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି । ବିଜେଡି ଉପରୁ ଆସ୍ଥା ହରାଇ ଆଜି ଯାଜପୁର ଜିଲ୍ଲା ଧର୍ମଶାଳା ନିର୍ବାଚନମଣ୍ଡଳୀର କର୍ମୀ ଓ ପ୍ରତିନିଧି ବିଜେଡି ଦଳ ତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।
ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତରୀୟ ପ୍ରଦାନ କରି ସ୍ୱାଗତ ଜଣାଇଥିଲେ । ଏହି ମିଶ୍ରଣ ପର୍ବରେ ନବରଙ୍ଗପୁର ସାଂସଦ ଶ୍ରୀ ବଳଭଦ୍ର ମାଝୀ, ବିଧାୟକ ହିମାଂଶୁ ଶେଖର ସାହୁ, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ଜିଲ୍ଲା ସଭାପତି ଗୈାତମ ରାୟ, ବରିଷ୍ଠ ନେତା ଅଶୋକ ମିଶ୍ର, ସବିତା ନନ୍ଦ, ବବିତା ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।