thelifelinemedia
Latest Odisha News, Breaking News Today

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୫୯ କୋଭିଡ୍ ପଜିଟିଭ୍

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୮ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୦୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, କଟକ ଜିଲ୍ଲାରୁ ୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୮ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୭ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Leave A Reply

Your email address will not be published.