ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ

ଜଗତସିଂହପୁର:ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ମିଳିଲା ଦଣ୍ଡ। ଜଗତସିଂହପୁର ଜ଼ିଲ୍ଲା ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସୋ କୋର୍ଟର ରାୟ। ଜଗତସିଂହପୁର ଜିଲ୍ଲା ପାରାଦୀପ ଲକ ଥାନା ୨୦୧୯ ମସିହାରେ ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ବବୁଲ ସ୍ୱାଇଁକୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୩୦ ହଜାର ଟଙ୍କା ଜୋରିମାନା ଓ ଜୋରିମାନା ଅନାଦେୟ ଆହୁରି ୬ ମାସ ଅତିରିକ୍ତ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଫାଷ୍ଟଟ୍ରାକ ସ୍ୱତନ୍ତ୍ର ପୋକସ କୋର୍ଟ।
ଏହା ସହିତ ଜିଲ୍ଲା ଆଇନସେବା ପ୍ରାଧିକରଣକୁ ନାବାଳିକାକୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ବାବଦ ପ୍ରଦାନ କରିବାକୁ ମାନ୍ୟବର କୋର୍ଟ ନିର୍ଦେଶ ଦେଇଛନ୍ତି।